www.samajalive.in
Friday, December 5, 2025
20.1 C
Bhubaneswar

ଜେଲ୍‌ରୁ ଅପରେଟ୍ ବ୍ରାଉନ୍‌ସୁଗାର ବେପାର !

ଖୋର୍ଦ୍ଧା : ଥମୁନି ଧଳା ଜହର କାରବାର । ମଙ୍ଗଳବାର ଖୋର୍ଦ୍ଧା ଗୁରୁଜଙ୍ଗ ମହୋତ୍ସବ ପଡିଆରୁ ୨୬୨ ଗ୍ରାମ୍ ବ୍ରାଉନ୍ ସୁଗାର୍ ଜବତ ହୋଇଛି। ଘଟଣାରେ ଜଣେ ମହିଳାଙ୍କ ସମେତ ୬ଜଣଙ୍କୁ ଟାଉନ୍ ଥାନା ପୁଲିସ୍ ଗିରଫ କରିଥିବା ସୂଚନା ମିଳିଛି। ଖୋର୍ଦ୍ଧା ସବ୍‌ଜେଲରୁ ଏହି ବେପାର ଅପରେଟ୍ ହେଉଥିବା ନେଇ ଖୋର୍ଦ୍ଧା ଏସ୍‌ପି ସୂଚନା ଦେଇଛନ୍ତି।  ବ୍ରାଉନ୍ ସୁଗାର ସହ ଗୋଟିଏ ସ୍କର୍ପିଓ ଗାଡି, ୬ଟି ମୋବାଇଲ୍ ଫୋନ୍ ଜବତ ହୋଇଛି। ଜବତ ବ୍ରାଉନ୍ ସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ୨୬ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ତେବେ ଏହି କାରବାରରେ ଆଉ କିଏ କିଏ ସାମିଲ୍ ରହିଛନ୍ତି, ସେ ନେଇ ପୁଲିସ୍ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories