www.samajalive.in
Monday, December 15, 2025
17.1 C
Bhubaneswar

ଆଜିଠାରୁ +୨ ଉପଶାସ୍ତ୍ରୀ ପରୀକ୍ଷା, ୧୨୨ଟି ପରୀକ୍ଷା କେନ୍ଦ୍ରରେ ୮୩୫୯ ପରୀକ୍ଷାର୍ଥୀ

ପୁରୀ: ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ, ପୁରୀ ଦ୍ୱାରା ଆୟୋଜିତ +୨ ଉପଶାସ୍ତ୍ରୀ ପରୀକ୍ଷା ଆଜିଠାରୁ ଆରମ୍ଭ ହେଉଛି। ଏହି ପରୀକ୍ଷା ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ଯାଏଁ ଚାଲିବ। ଏ ସମ୍ପର୍କରେ ସୂଚନା ଦେଇ ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଧରଣୀଧର ରଣା କହିଛନ୍ତି ଯେ ରାଜ୍ୟର ୧୬୭ଟି ଉଚ୍ଚ ମାଧ୍ୟମିକ ସଂସ୍କୃତ ବିଦ୍ୟାଳୟର ୮୦୧୮ ଜଣ ନିୟମିତ ଓ ୩୪୧ ଜଣ ପୂର୍ବ ନିୟମିତ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ୧୨୨ଟି ଉଚ୍ଚ ମାଧ୍ୟମିକ ସଂସ୍କୃତ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ ସମସ୍ତ କେନ୍ଦ୍ରରେ କଡା ସୁରକ୍ଷା ମଧ୍ୟରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି।

ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ ୨୩ଟି ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ କେନ୍ଦ୍ରାପଡାରେ ୨୩, ଯାଜପୁରରେ ୧୫ ଓ ପୁରୀରେ ୧୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡା ସୂଚନା ଦେଇଛନ୍ତି ଯେ ଚଳିତ +୨ ଉପଶାସ୍ତ୍ରୀ ପରୀକ୍ଷାରେ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସି ଟିଭି ନିଶ୍ଚିତ କରାଯାଇଛି ଓ ସୁଚାରୁ ରୂପେ ପରୀକ୍ଷା ପରିଚାଳନା ଓ କପି ରୋକିବା ନିମନ୍ତେ ତ୍ରି-ସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories