www.samajalive.in
Sunday, December 7, 2025
23.1 C
Bhubaneswar

ମେ ୨୬ରେ ହେବ ଶିକ୍ଷାଶାସ୍ତ୍ରୀ ବି.ଏଡ଼ ପ୍ରବେଶିକା ପରୀକ୍ଷା

ପୁରୀ: ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ, ପୁରୀ ଦ୍ୱାରା ଆୟୋଜିତ ଶିକ୍ଷାଶାସ୍ତ୍ରୀ ବି.ଏଡ଼ ପ୍ରବେଶିକା ପରୀକ୍ଷା ପୂର୍ବ ନିର୍ଧାରିତ ମେ ମାସ ୫ ତାରିଖ ରବିବାର ପରିବର୍ତ୍ତେ ମେ ମାସ ୨୬ ତାରିଖରେ ରାଜ୍ୟର ୫ଟି ପରୀକ୍ଷା କେନ୍ଦ୍ରରେ ପୂର୍ବାହ୍ନ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଡଃ. ମଧୁସୂଦନ ମିଶ୍ର କହିଛନ୍ତି।

ପ୍ରଫେସର ମିଶ୍ରଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ୧୫୦୦ ପରୀକ୍ଷାର୍ଥୀ ଏହି ପ୍ରବେଶିକା ପରୀକ୍ଷା ଦେବେ। ପୁରୀର ତିନୋଟି କେନ୍ଦ୍ର ସାମନ୍ତ ଚନ୍ଦ୍ର ଶେଖର ସ୍ବୟଂଶାସିତ ମହାବିଦ୍ୟାଳୟରେ ୫୦୦, ଗଙ୍ଗାଧର ମହାପାତ୍ର ଆଇନ ମହାବିଦ୍ୟାଳୟରେ ୨୬୭ ଓ ସରକାରୀ ମହିଳା ମହାବିଦ୍ୟାଳୟରେ ୨୭୫ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ବ୍ୟବସ୍ଥା କରାଯାଇଥିବା ବେଳେ ଇମର୍ତ୍ତି ଦେବୀ ମହିଳା ମହାବିଦ୍ୟାଳୟ, କଟକରେ ୧୮୫ଜଣ ଏବଂ କୁନ୍ତଳା କୁମାରୀ ସାବତ ମହିଳା ମହାବିଦ୍ୟାଳୟ, ବାଲେଶ୍ୱରରେ ୨୭୩ଜଣ ପରୀକ୍ଷା ଦେବେ। ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ କରିଥିବା ଛାତ୍ରଛାତ୍ରୀମାନଙ୍କ ବିଭିନ୍ନ କାରଣ ପାଇଁ ୩୯ଜଣଙ୍କ ଆବେଦନପତ୍ର ଖାରଜ ହୋଇଥିବା ସୂଚନା ମିଳିଛି।

- Advertisement -

ଅନ୍ୟ ପକ୍ଷରେ ସାମୁଦ୍ରିକ ବାତ୍ୟା ‘ଫନି’କୁ ଦୃଷ୍ଟିରେ ରଖି ବାତିଲ ହୋଇଥିବା ଶିକ୍ଷାଶାସ୍ତ୍ରୀ ପ୍ରଥମ ବର୍ଷ ପରୀକ୍ଷା ମେ ୨୨ ଓ ଦ୍ଵିତୀୟ ବର୍ଷ ପରୀକ୍ଷା ମେ ୨୩ରୁ ଆରମ୍ଭ ହେବ ବୋଲି ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ଜଣାଇଛନ୍ତି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories