www.samajalive.in
Saturday, December 6, 2025
26.1 C
Bhubaneswar

ଜୁନ୍ ୧୦ରେ ଶପଥ ନେବେ ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ

ଗ୍ୟାଙ୍ଗଟକ : ଏସ୍‌କେଏମ (ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା) ନେତା ପ୍ରେମ ସିଂହ ତମାଙ୍ଗ ଆସନ୍ତା ୧୦ରେ ସିକ୍କିମ ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ଶନିବାର ଏଠାରେ ବିଧାୟକ ଦଳର ବୈଠକ ଅନୁଷ୍ଠିତ ହୋଇଥିବାବେଳେ ତମାଙ୍ଗ ସର୍ବସମ୍ମତିକ୍ରମେ ନେତା ନିର୍ବାଚିତ ହୋଇଛନ୍ତି। ସୂଚନାଯୋଗ୍ୟ ସିକ୍କିମ ବିଧାନସଭାର ୩୨ ଆସନ ପାଇଁ ଏପ୍ରିଲ ୧୯ରେ ଗୋଟିଏ ପର୍ଯ୍ୟାୟରେ ଭୋଟଗ୍ରହଣ କରାଯାଇଥିଲା। ତମାଙ୍ଗଙ୍କ ନେତୃତ୍ବାଧୀନ ଏସ୍‌କେଏମ ୩୧ଟି ଆସନରେ ବିଜୟୀ ହୋଇଥିବାବେଳେ ସେ ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିବାକୁ ଯାଉଛନ୍ତି। ସଦ୍ୟ ସମାପ୍ତ ଲୋକସଭା ନିର୍ବାଚନରେ ଏସ୍‌କେଏମ ରାଜ୍ୟର ଏକମାତ୍ର ଆସନ ହାତେଇଛି। କେନ୍ଦ୍ରରେ କ୍ଷମତାସୀନ ମୋଦୀ ସରକାରଙ୍କୁ ସମର୍ଥନ ଜଣାଇବାକୁ ଏସ୍‌କେଏମ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ତମାଙ୍ଗ ଶନିବାର ଦିଲ୍ଲୀ ଯାତ୍ରା କରିଛନ୍ତି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories