www.samajalive.in
Monday, December 8, 2025
27.1 C
Bhubaneswar

ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ମାଡ଼

ଚେନ୍ନଇ : ତାମିଲନାଡୁର ତାଞ୍ଜାଭୁରଠାରେ ସୋମବାର ଦିନ ଏକ ନିର୍ବାଚନୀ ପ୍ରଚାର ର‍୍ୟାଲି ବେଳେ ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ୱାମୀଙ୍କ ଉପରକୁ ଚପଲ ମାଡ଼ କରାଯାଇଛି। ଚପଲ ଫିଙ୍ଗିଥିବା ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ପ୍ରକାଶ ଯେ ଅପ୍ରେଲ ୧୮ରେ ତାମିଲନାଡୁର ୩୯ ଲୋକସଭା ଆସନ ପାଇଁ ମତଦାନ ହେବ। ମଇ ୨୩ରେ ନିର୍ବାଚନୀ ଫଳ ପ୍ରକାଶ ପାଇବ। ଏଥିପାଇଁ ରାଜନୈତିକ ଦଳଗୁଡ଼ିକ ନିର୍ବାଚନୀ ପ୍ରଚାରକୁ ତ୍ୱରାନ୍ୱିତ କରିଛନ୍ତି। ଏ କ୍ରମରେ ସୋମବାର ନିର୍ବାଚନୀ ପ୍ରଚାର ପାଇଁ ତାଞ୍ଜାଭୁର ପହଞ୍ଚିଥିବା ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ୱାମୀଙ୍କ ଉପରକୁ ଚପଲ ମାଡ଼ କରାଯାଇଥିଲା। ଚପଲଟି ଯାଇ ତାଙ୍କ କାର ଉପରେ ପଡିଥିଲା। ଏହାର ଏକ ଭିଡିଓ ‘ମିରର ନାଓ’ ଟ୍ୱିଟ୍‍ର ହ୍ୟାଣ୍ଡେଲରେ ଶେୟାର କରାଯାଇଛି।
ପ୍ରକାଶଯୋଗ୍ୟ ଯେ ଏହା ପ୍ରଥମ ଘଟଣା ନୁହେଁ। ଏହା ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରକୁ ଚପଲ ପିଙ୍ଗା ସରିଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories