www.samajalive.in
Monday, December 8, 2025
14.1 C
Bhubaneswar

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ଝାରସୁଗୁଡା ଜିଲ୍ଲା

ଝାରସୁଗୁଡା / ଭୁବନେଶ୍ୱର : ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ଝାରସୁଗୁଡା ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍ୟ୍ୟକ୍ରମରେ ସାମିଲ ହେଲା ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ବାରା ଝାରସୁଗୁଡାର ୨୦୦୦ ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହାଦ୍ବାରା ବିସ୍ଥାପିତଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହେବ ।

ଆଜି ମୁଖ୍ୟମନ୍ତ୍ରୀ ଝାରସୁଗୁଡାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟି (warer treatment plant )ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ।
ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ୟ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି , ୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ।
ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାର୍ବତୀଗିରି ମେଗା ଲିଫ୍‌ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହାସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳକୁ ଜଳସେଚନ ର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ  ।
ଝାରସୁଗୁଡାରେ ନିର୍ମାଣଧୀନ ୧୦୦ ଶଯ୍ୟା ବିଶିଷ୍ଟ ହୃଦରୋଗ ଚିକିତ୍ସାଳୟର ନିର୍ମାଣ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି  । ଏହାଦ୍ବାରା ଲୋକମାନେ ଉନ୍ନତମାନର ଚିକିତ୍ସା ପାଇପାରିବେ। ଏଥିପାଇଁ ୧୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଛନ୍ତି ।
ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି , ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।
ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ୟ୍ୟକ୍ରମର ଲକ୍ଷ୍ୟ । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ୟ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି , ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି  ମୁଖ୍ୟମନ୍ତ୍ରୀ କହିଛନ୍ତି।
ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମହାନ୍‌ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କର ଆଦର୍ଶ, ସଂଗ୍ରାମ ଓ ଦେଶପ୍ରେମ ଯୁଗ ଯୁଗ ଧରି ଆମକୁ ପ୍ରେରଣା ଦେଉଥିବ । ସ୍ବାଧୀନତା ସଂଗ୍ରାମୀ ବିହାରୀ ରାମ ତନ୍ତୀ, ଲକ୍ଷ୍ମୀ ନାରାୟଣ ମିଶ୍ର ଓ ଚିନ୍ତାମଣି ପୂଜାରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ଏହି କାର୍ୟ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ, ବରଗଡ ସାଂସଦ ଶ୍ରୀ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ ଶ୍ରୀ କିଶୋର ମହାନ୍ତି ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ଝାରସୁଗୁଡା ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ। ସେମାନେ କହିଛନ୍ତି , ମୁଖ୍ୟମନ୍ତ୍ରୀ ସବୁ କ୍ଷେତ୍ରରେ ରାଜ୍ୟର ବିକାଶକୁ ଏକ ନୂଆ ସ୍ତରକୁ ଆଣିବା ସହିତ ଗରିବ ଲୋକଙ୍କ ସୁରକ୍ଷା ପାଇଁ ଯେଉଁ କାର୍ୟ୍ୟକ୍ରମ ଗ୍ରହଣ କରିଛନ୍ତି, ତାହା ସମଗ୍ର ଦେଶରେ ବିରଳ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories