www.samajalive.in
Monday, December 8, 2025
16.1 C
Bhubaneswar

ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ଟିଟିଲାଗଡ଼: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଟିଟିଲାଗଡ଼ ଗସ୍ତରେ ଆସି ବଲାଙ୍ଗୀର ଜିଲାସ୍ତରୀୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କାର୍ୟ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଟିଟିଲାଗଡ଼ ପୌରାଞ୍ଚଳରେ ପାନୀୟ ଜଳ ବ୍ୟବସ୍ଥାର ଉନ୍ନତି କରଣ ପାଇଁ ୨୫ କୋଟି ଟଙ୍କା ସହ ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ତଥା ଶୁଭ ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ରାଜ୍ୟରେ ଭୋକିଲା ଏବଂ ଚିକିତ୍ସା ଅଭାବରୁ କାହାରି ମୃତ୍ୟୁ ନହେଉ ସେଥିପାଇଁ ତାଙ୍କ ସରକାର ବଦ୍ଧ ପରୀକର ବୋଲି କହିଥିଲେ। ମଞ୍ଚାସୀନ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ, ସ୍ୱାସ୍ଥ୍ୟ ମନ୍ତ୍ରୀ ନବୀନ ସରକାର ଦେଶର ଏକ ନମ୍ବର ଜନ ହିତେଷି ସରକାର ବୋଲି କହିଥିଲେ। ରାଜ୍ୟ ଚଳଚିତ୍ର ନିଗମ ଅଧ୍ୟକ୍ଷ କୁନା ତ୍ରିପାଠୀ ସଭା ପରିଚାଳନା ଓ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ଧନ୍ୟବାଦ ଅର୍ପଣ କରିଥିଲେ। ୫ ଟି ସଚିବ ଭି.କେ. ପାଣ୍ଡିଆନ, ବିଧାୟକ ବବି ଦାଶ, ପ୍ରମୋଦ ପ୍ରଧାନ, ଶିଶୁ ବିକାଶ ମନ୍ତ୍ରୀଙ୍କ ପ୍ରତିନିଧି ଅରୁଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories