www.samajalive.in
Saturday, December 6, 2025
14.1 C
Bhubaneswar

ସ୍ମିତାରାଣୀଙ୍କ ମୃତ୍ୟୁ ମାମଲା; ରଙ୍ଗଶାଳାରେ ନାଲି ପତକା

ଯାଜପୁର/ଭୁବନେଶ୍ୱର: ଯାଜପୁର ଧର୍ମଶାଳା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟିଥିବା ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କ ଗେଷ୍ଟହାଉସ୍ ବା ରଙ୍ଗଶାଳା ସରକାରୀ ଜମି ଉପରେ ବେଆଇନ ଭାବରେ ନିର୍ମାଣ ହୋଇଥିବା ପ୍ରମାଣ ହେବା ପରେ, ପ୍ରଶାସନ ପକ୍ଷରୁ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲା ପ୍ରଶାସନ ତରଫରୁ ଆଜି ନାଲି ପତକା ଲଗାଯାଇଥିବା ଦେଖିବାକୁ ମିଳିଛି। ଏହା ସହ ସେଠାରେ ୧୪୪ ଧାରା ଜାରି କରାଯାଇଛି।

ଗେଷ୍ଟହାଉସ୍ ସରକାରୀ ଜମିରେ ଥିବା ନେଇ ଜିଲା କଂଗ୍ରେସ ସଭାପତି ମନୋଜ ରାଉତ ଅଭିଯୋଗ କରିବା ପରେ ଏହାର ତଦନ୍ତ କରିବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତ ରିପୋର୍ଟରୁ ସ୍ପଷ୍ଟ ହୋଇଛି ଯେ ଏହି ଗେଷ୍ଟ ହାଉସଟି ସରକାରୀ ଜମିରେ ଅବସ୍ଥିତ । ତେଣୁ ଏହାକୁ ଭାଙ୍ଗିବା ପାଇଁ  ଜିଲାପାଳ ରଂଜନ କୁମାର ଦାସ ନିର୍ଦ୍ଦେଶ ଦେଇଛନ୍ତି।

- Advertisement -

ସୂଚନାଯୋଗ୍ୟ, ଗତ ଅକ୍ଟୋବର ୧୬ ଅପରାହ୍ନ ସମୟରେ ସ୍ମିତାରାଣୀ ଭତ୍ତା ଟଙ୍କା ବଣ୍ଟନ ପାଇଁ ପଞ୍ଚାୟତକୁ ଯାଇଥିଲେ। ସେଠାରେ ସରପଞ୍ଚଙ୍କ ସ୍ୱାମୀ ଓ ଅନ୍ୟମାନଙ୍କ ସହିତ ମିଶି ଭତ୍ତା ଟଙ୍କା ବାଣ୍ଟି ଥିଲେ। ଅପରାହ୍ନ ସମୟରେ ସ୍ମିତାରାଣୀ ଖାଇବାକୁ ସରପଞ୍ଚ ସ୍ବାମୀଙ୍କ ଗେଷ୍ଟ ହାଉସକୁ ଯାଇଥିଲେ। ଖାଦ୍ୟ ଖାଇବା ପୂର୍ବରୁ ସେ ବାଥରୁମ ଯିବା ପାଇଁ ଗେଷ୍ଟ ହାଉସର ଉପରମହଲାକୁ ଯାଇଥିଲେ। ପରେ ରୁମ ଭିତରେ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଘଟଣା ସମ୍ପର୍କରେ ସରପଞ୍ଚଙ୍କ ସ୍ୱାମୀ ସ୍ମିତାରାଣୀଙ୍କ ବାପା ଏବଂ ପୁଲିସକୁ ଖବର ଦେବା ସହ ତାଙ୍କୁ ଧର୍ମଶାଳା ଡ଼ାକ୍ତରଖାନାକୁ ନେଇଆସିଥିଲେ। ମାତ୍ର ଡ଼ାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories