www.samajalive.in
Sunday, December 7, 2025
16.1 C
Bhubaneswar

ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ବ୍ୟବସାୟକୁ ୧୦୦୦ କୋଟି ଟଙ୍କାରେ ପହଞ୍ଚାଇବାକୁ ନିଷ୍ପତ୍ତି

ଭୁବନେଶ୍ୱର: ଆଜି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ବ୍ୟବସାୟ ଓ କାର୍ଯ୍ୟକାରିତା ସମ୍ବନ୍ଧୀୟ ଏକ ସମୀକ୍ଷା ବୈଠକ ଭର୍ଚୁଆଲ୍‌ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ନିଗମର ବିଭିନ୍ନ ବିଭାଗର କାର୍ଯ୍ୟକାରିତା ଉପରେ ଆଲୋଚନା କରି ପ୍ରମୁଖ ଶାସନ ସଚିବ ଶ୍ରୀ ସାହୁ ବ୍ୟବସାୟର ଗୁଣାତ୍ମକ ଅଭିବୃଦ୍ଧିକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ବିଭାଗ ତରଫରୁ ଯାହାସବୁ ସହଯୋଗ ଆବଶ୍ୟକ ତାହା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ନିଗମର ବିଟୁମିନ୍‌ ବ୍ୟବସାୟରେ ତ୍ୱରିତ ଅଭିବୃଦ୍ଧି ଆଣିବା ପାଇଁ ମଧ୍ୟ ପୂର୍ତ୍ତ ସଚିବ ଶ୍ରୀ କିଷନ୍‌ କୁମାର ଏବଂ ଅନ୍ୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ବର୍ତ୍ତମାନ ବିଟୁମିନ୍‌ ବ୍ୟବସାୟ ପ୍ରାୟ ୨୦ କୋଟି ଟଙ୍କା ଥିବାବେଳେ ଏହାକୁ ୧୫୦ କୋଟି ଟଙ୍କାରେ ପହଞ୍ଚାଇବା ପାଇଁ ସେ ନିର୍ଦେଶ ଦେଇଥିଲେ। କୃଷି ନିର୍ଦେଶକ ଶ୍ରୀ ମୁଥୁକୁମାରଙ୍କ ସହ ଭର୍ଚୁଆଲ୍‌ ମାଧ୍ୟମରେ କଥା ହୋଇ ନିଗମକୁ ରାଜ୍ୟରେ ଆବଶ୍ୟକ ହେଉଥିବା କୃଷି ଯନ୍ତ୍ରପାତିର ଅନ୍ତତଃ ପକ୍ଷେ ୨୫ ପ୍ରତିଶତ କ୍ଷୁଦ୍ର ଶିଳ୍ପ ନିଗମ ଜରିଆରେ ଯୋଗାଇଦେବା ପାଇଁ ଅନୁରୋଧ କରିଥିଲେ। ଏହା ଦ୍ୱାରା କୃଷି ଯନ୍ତ୍ରପାତିରେ ନିଗମ ପ୍ରାୟ ୫୦ କୋଟି ଟଙ୍କାର ବ୍ୟବସାୟ କରିବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଓଡ଼ିଶାର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଶିଳ୍ପଗୁଡ଼ିକୁ ପ୍ରୋତ୍ସାହିତ କରିବା ପାଇଁ ଏବଂ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀଗୁଡ଼ିକୁ ବିକ୍ରି କରାଇବା ପାଇଁ ପ୍ରାଥମିକତା ଦେବା ସହ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ବ୍ୟବସାୟକୁ ଆସନ୍ତା ଆର୍ଥିକ ବର୍ଷ ସୁଦ୍ଧା ୧୦୦୦ କୋଟି ଟଙ୍କାରେ ପହଞ୍ଚାଇବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଯୋଜନାକୁ ଫଳପ୍ରଦ କରିବାକୁ ମଧ୍ୟ ଶ୍ରୀ ସାହୁ ନିର୍ଦ୍ଦେଶ ଦେଇଥିଲେ। ଚଳିତ ବର୍ଷ ନିଗମ ପାଇଁ ସରକାର ବଜେଟ୍‌ରେ ଆର୍ଥିକ ବ୍ୟବସ୍ଥା କରିଥିବା ବିଷୟ ସେ ଉଲ୍ଲେଖ କରିଥିଲେ।

ସମୀକ୍ଷା ବୈଠକରେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ ଚିନ୍ମୟ କୁମାର ସାହୁ ଜଣାଇଥିଲେ ଯେ ଗତ ୨୦୨୦-୨୧ ଆର୍ଥିକ ବର୍ଷରେ ପ୍ରାୟ ୬୧୫ କୋଟି ଟଙ୍କାର ବ୍ୟବସାୟ ସର୍ବକାଳୀନ ରେକର୍ଡ କରିଛି, ଯାହାକି ପୂର୍ବବର୍ଷ ତୁଳନାରେ ପ୍ରାୟ ୧୭% ଅଧିକ। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଉଥିବା ସାମଗ୍ରୀର ମାନ ବୃଦ୍ଧି ତଥା ସେମାନଙ୍କର ବ୍ୟବସାୟର ଅଭିବୃଦ୍ଧି ପାଇଁ ଏକ ପ୍ଲାଟଫର୍ମ ଯୋଗାଇବା ପାଇଁ ନିଗମର ଆଗାମୀ ଯୋଜନା ସମ୍ବନ୍ଧରେ ସେ ଆଲୋକପାତ କରିଥିଲେ। ଏହି ସମୀକ୍ଷା ବୈଠକରେ ଶିଳ୍ପ ନିର୍ଦେଶକ ମହମ୍ମଦ ସିଦ୍ଦିକ୍‌ ଆଲାମ୍‌, ଏମ୍‌ଏସ୍‌ଏମ୍‌ଇ ବିଭାଗ ଅତିରିକ୍ତ ସଚିବ ଉଦୟନାରାୟଣ ଦାସ, ସ୍ୱତନ୍ତ୍ର ସଚିବ ମନ୍ମଥ ବିଶ୍ୱାଳ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦେଶକ ପ୍ରଦୀପ୍ତ କୁମାର ସାହାଣି ଏବଂ ନିଗମର ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories