www.samajalive.in
Monday, December 15, 2025
26.1 C
Bhubaneswar

ସାପ କାମୁଡ଼ାରେ ବୃଦ୍ଧ ଗୁରୁତର

କଲମପୁର: କଲମପୁର ଅଞ୍ଚଳରେ ରବିବାର ସାପ କାମୁଡ଼ାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସାପ କାମୁଡାରେ ଗୁରୁତର ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ କଲମପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

ସୂଚନା ଅନୁସାରେ, ପଣ୍ଡିଗାଁ ମହାରଣାପଡ଼ାର ଜଳଧର ବାଗ ନାମକ ଜନୈକ ବ୍ୟକ୍ତି ଏକ ଡ୍ରେନ ନିକଟରେ କିଛି କାମ କରୁଥିଲେ। ଏହି ସମୟରେ ତାଙ୍କ ଗୋଡରେ କିଛି ଗୋଟେ କାମୁଡି ଦେଇଥିବାର ସେ ଅନୁଭବ କରିଥିଲେ। କିନ୍ତୁ ସେ କୌଣସି କୀଟ ଅଥବା ସାପଟିକୁ ଦେଖିନଥିଲେ। ପରବର୍ତ୍ତୀ ସମୟରେ ଜଳଧର ତାଙ୍କ ଘରକୁ ଫେରି ଆସିଥିଲେ। ଏହାର କିଛି ସମୟ ପରେ ସେ ଅସୁସ୍ଥ ଅନୁଭବ କରିଥିଲେ। ତେଣୁ ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ପ୍ରଥମେ କଲମପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ଏବଂ ଅଧିକ ଚିକିତ୍ସା ଆବଶ୍ୟକ ହେତୁ ପରବର୍ତ୍ତୀ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories