www.samajalive.in
Friday, December 5, 2025
27.1 C
Bhubaneswar

ସ୍ନାନବେଦୀରେ ଶ୍ରୀଜିଉ, ହାତୀ ବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାମୂର୍ତ୍ତି

ସମାଜ ଡିଜିଟାଲ ଡେସ୍କ: ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦାରୁ ଦିଅଁଙ୍କ ଦିବ୍ୟସ୍ନାନ ପାଇଁ ସଜେଇ ହୋଇଛି ସ୍ନାନବେଦୀ । ରତ୍ନ ସିଂହାସନରୁ ସ୍ନାନ ମଣ୍ଡପକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଏଥିପାଇଁ ଭକ୍ତିମୟ ହୋଇଛି ଶ୍ରୀକ୍ଷେତ୍ର, ଲୋକାରଣ୍ୟ ହୋଇଛି ବଡଦାଣ୍ଡ । ମହାପ୍ରଭୁଙ୍କୁ ହାତୀ ବେଶରେ ଦର୍ଶନ କରିବାକୁ ହଜାର ହଜାର ଭକ୍ତଙ୍କ ଗହଳି ଜମିଲାଣି । ୧୦୮ ଗରା ସୁବାଷିତ ଜଳରେ ସ୍ନାନ କରିବେ ମହାପ୍ରଭୁ ।

ଧାଡି ପହଣ୍ଡିରେ ଆସି ସ୍ନାନ ବେଦୀ ବିଜେ କରି ସାରିଛନ୍ତି ବଡଭାଈ ଶ୍ରୀବଳଭଦ୍ର । ତାଙ୍କ ପୂର୍ବରୁ ଚକ୍ରରାଜ ସୁଦର୍ଶନ ବିଜେ କରିଛନ୍ତି । ପରେ ପରେ ଆସିଛନ୍ତି ଭଉଣୀ ସୁଭଦ୍ରା ଓ ବ୍ରହ୍ମାଣ୍ଡ ଗୋସାଇଁ ଶ୍ରୀ ଜଗନ୍ନାଥ । ପୁରୀରେ ପ୍ରବଳ ଗରମ ଓ ଗୁଳୁଗୁଳି ହେଉଥିବା ବେଳେ ପ୍ରାଣମୟ ଠାକୁରଙ୍କୁ ସ୍ନାନବେଦୀରେ ଦର୍ଶନ କରିବାକୁ ଭକ୍ତଙ୍କ ଗହଳି ପରିଲିଖିତ ହୋଇଛି ।

- Advertisement -

 

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories