www.samajalive.in
Saturday, December 6, 2025
26.1 C
Bhubaneswar

ଭକ୍ତ ଦାସିଆଙ୍କ ପୀଠରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନଯାତ୍ରା

ପିପିଲି: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମଭକ୍ତ ଶିରୋମଣୀ ଦାସିଆଙ୍କ ଜନ୍ମ ଓ ସାଧନାପୀଠ ପିପିଲି ନିକଟବର୍ତ୍ତୀ ତେଇସିପୁର ପଞ୍ଚାୟତ ଅନ୍ତର୍ଗତ ବାଲିଗାଁ ସ୍ଥିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପରିସରରେ ଗୁରୁବାର ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନଯାତ୍ରା ସଂପନ୍ନ ହୋଇଛି । ମହାମାରୀ କରୋନା ଯୋଗୁଁ ସରକାରଙ୍କ କୋଭିଡ୍‍ ଗାଇଡଲାଇନ୍‍ ଅନୁଯାଇ ବିନାଭକ୍ତରେ ସାମାଜିକ ଦୂରତା ପାଳନ ପୂର୍ବକ ସ୍ୱଳ୍ପ ସଂଖ୍ୟକ ସେବାୟତଙ୍କ ଦ୍ୱାରା ଏହି କାର୍ଯ୍ୟ ସଂପାଦନ କରାଯାଇଥିଲା ।

ବାଲିଗାଁ ସ୍ଥିତ ଭକ୍ତ ଦାସିଆ ସ୍ମୃତିପୀଠ ପରିସରସ୍ଥ ଶ୍ରୀଜଗନ୍ନାଥଙ୍କ ମନ୍ଦିରରେ ପ୍ରତ୍ୟୁଷରେ ଠାକୁରଙ୍କ ବିଭିନ୍ନ ସେବାନୀତି କରାଯାଇଥିଲା । ପରେ ଚତୁର୍ଦ୍ଧାମୂର୍ତ୍ତୀଙ୍କୁ ପହଣ୍ଡିରେ ନିଆଯାଇ ସ୍ନାନମଣ୍ଡପରେ ବିଜେ କରାଯାଇଥିଲା। ସେଠାରେ ଠାକୁରଙ୍କର ସମସ୍ତ ରିତୀନିତୀ ସମାପନ ପରେ ପୀଠସ୍ଥ ପବିତ୍ର ଗୋଠ ଗାଡିଆ ଓ ମଠସ୍ଥ କୂଅରୁ ୧୦୮ ପିତଳ ଗଡୁରେ ପବିତ୍ର ଜଳ ଅଣାଯାଇ ଠାକୁରଙ୍କୁ ସ୍ନାନ କରାଯାଇଥିଲା । ଅପରାହ୍ନରେ ଠାକୁର ମାନଙ୍କୁ ଗଜାନନ ବେଶ କରାଯାଇଥିବା ବେଳେ ରାତିରେ ଠାକୁର ମାନଙ୍କୁ ଅଣସର ଘରେ ବିଜେ କରାଯାଇଥିଲା। ମନ୍ଦିରର ମୁଖ୍ୟପୂଜକ ପଣ୍ଡିତ ଲକ୍ଷ୍ମୀଧର ପାଢୀ, ମୁଖ୍ୟଆଚାର୍ଯ୍ୟ ସତ୍ୟଜିତ୍‍ ପାଢୀ, ସହାଚାର୍ଯ୍ୟ ଆଲୋକ ଚନ୍ଦ୍ର ପରିଡା, ପଣ୍ଡିତ ମାନସରାମ ମିଶ୍ର, ପ୍ରହଲ୍ଲାଦ ମିଶ୍ରଙ୍କ ଦ୍ୱାରା ସମସ୍ତ ନୀତି କରାଯାଇଥିଲା । ସମାଜସେବୀ ପ୍ରଶାନ୍ତ କୁମାର ରାଉତରାୟ ମୁଖ୍ୟକର୍ତ୍ତା ଭାବେ କାର୍ଯ୍ୟ ତୁଳାଇଥିବା ବେଳେ ଭକ୍ତ ଦାସିଆ ସ୍ମୃତି କମିଟିର କାର୍ଯ୍ୟକାରୀ ସଭାପତି ତଥା ଏମ୍ସର ପ୍ରାକ୍ତନ ନିର୍ଦ୍ଦେଶକ ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ର, ସଂପାଦକ ଅଧ୍ୟାପକ ଡ଼ଃ ଘନଶ୍ୟାମ ସ୍ୱାଇଁ, ନ୍ୟାସ ମଣ୍ଡଳୀ ସଦସ୍ୟ ସରୋଜ କୁମାର ସାହୁ, ଡ଼ଃ ଚିତ୍ତରଞ୍ଜନ ମିଶ୍ର, ସ୍ୱୟଂ ପ୍ରକାଶ ପରିଡା, କୃଷ୍ଣଚନ୍ଦ୍ର ଲେଙ୍କା ପ୍ରମୁଖ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ପରିଚାଳନା କରିଥିଲେ ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories