www.samajalive.in
Friday, December 5, 2025
23.1 C
Bhubaneswar

ସୁନ୍ଦରଗଡରେ ମର୍ମନ୍ତୁଦ ଦୁର୍ଘଟଣା : ୬ ମୃତ, ୭ ଆହତ

ସୁନ୍ଦରଗଡ : ସୁନ୍ଦରଗଡରେ ମର୍ମନ୍ତୁଦ ଦୁର୍ଘଟଣା। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୭ ଜଣ ଆହତ ହୋଇଥିବା ସୂଚନା ମିଳିଛି। ହେମଗିରି ଥାନା ଗଏକାନପାଲି ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଜି ସକାଳୁ କିଛି ଯାତ୍ରୀ ସଂକୀର୍ତ୍ତନ ସାରି ଭ୍ୟାନରେ ଫେରିବାବେଳେ ଏହି ଅଘଟଣ ଘଟିଛି। ଭୋରରେ କୁହୁଡି ଯୋଗୁଁ ଡ୍ରାଇଭର ରାସ୍ତା ଦେଖିପାରିନଥିଲା। ଏକ ଟ୍ରେଲର ପଛକୁ ଟାଟା ମ୍ୟାଜିକ୍ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିଲା। ଏବଂ ୭ ଆହତଙ୍କୁ ଗୁରୁତର ଅବସ୍ଥାରେ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।  ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories