www.samajalive.in
Saturday, December 6, 2025
26.1 C
Bhubaneswar

ଲୁଟିଲେ, ପରେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ସୁନ୍ଦରଗଡ: ସୀମା ଟପିଲା ବର୍ବରତା। ସୁନ୍ଦରଗଡ ଜିଲ୍ଲା ବଣାଇରେ ଟିକାୟତପାଲି ଥାନା ଝିର୍ଡାପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୁତ୍ତ ଘର କବାଟ ବାଡେଇଥିଲେ। ଏବଂ ମହିଳା ଜଣକ କବାଟ ଖୋଲିବାରୁ ତାଙ୍କ ବେକରୁ ସୁନା ଚେନ୍ ଏବଂ ମଙ୍ଗଳସୂତ୍ର ଛଡାଇ ନେଇଥିଲେ। କେବଳ ଏତିକି ନୁହେଁ ମହିଳା ଜଣକ ପାଟି କରିବାରୁ ଦୁର୍ବୃତ୍ତମାନେ ତାଙ୍କୁ ଗୁଳି କରିଥିଲେ। ପରେ ମହିଳା ଜଣଙ୍କୁ ଗୁରୁତର ଅବସ୍ଥାରେ ସୁନ୍ଦରଗଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories