www.samajalive.in
Saturday, December 6, 2025
17.1 C
Bhubaneswar

ପଡୋଶୀକୁ କଟୁରୀରେ ହାଣି ହତ୍ୟା, ଅଭିଯୁକ୍ତ ଅଟକ

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲା ମହୁଲପଦା ଥାନା ସାନଜଲ ଗାଁରେ ଅଭାବନୀୟ ଘଟଣା ଘଟିଛି। ପୂର୍ବଶତ୍ରୁତାକୁ ନେଇ ଘର ପଡୋଶୀଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତକ ଦୋଳ ନାଏକ ​‌ବୋଲି ଜଣାପଡିଛି। ସୂଚନା ମୂତାବକ ସାନଜଲ ଗାଁର ଶୁକ ଦେହୁରୀ ଏବଂ ଦୋଳ ନାଏକଙ୍କ ମଧ୍ୟରେ କୌଣସି କାରଣକୁ ନେଇ ପୂର୍ବରୁ ବିବାଦ ଲାଗି ରହିଥିଲା। ଗତକାଲି କିଛି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଶୁକ ଦେହୁରୀ ଦୋଳ ନାଏକଙ୍କୁ କଟୁରୀରେ ହାଣି ହତ୍ୟା କରିଥିଲେ। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଅଟକ ରଖି ଅଧିକ ପଚରାଉଚରା କରୁଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories