www.samajalive.in
Saturday, December 6, 2025
15.1 C
Bhubaneswar

ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍, ଦୁଇ ମୃତ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ସଦର ଥାନା ବ୍ରାହ୍ମଣୀପାଲି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକକୁ ପଛରୁ ପିଟିଲା ଟ୍ରକ୍। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ମୃତକ ଭେଡାବାହାଲ ଗାଁର ଶୁଭମ୍ ବାରିକ ଏବଂ ତ୍ରିଲୋଚନ ସେଠ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ଭେଡାବାହାଲ ଗାଁର ୩ ଜଣ ଯୁବକ କୌଣସି କାମରେ ଏକ ବାଇକ୍ ଯୋଗେ ବ୍ରାହ୍ମଣପାଲୀ ଗାଁକୁ ଯାଇଥିଲେ। ଫେରିବା ସମୟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ବାଇକକୁ ପଛରୁ ଧକ୍କା ଦେଇଥିଲା। ଫଳରେ ବାଇକ୍ ରେ ଯାଇଥିବା ୩ ଜଣ ଛିଟିକି ପଡିଥିଲେ। ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories