www.samajalive.in
Saturday, December 6, 2025
19.1 C
Bhubaneswar

ଅସଦାଚରଣ ଅଭିଯୋଗ: ପ୍ରଧାନ ଶିକ୍ଷକଙ୍କ ବିରୋଧରେ ରାସ୍ତାରୋକ

ସୁନ୍ଦରଗଡ: ପ୍ରଧାନ ଶିକ୍ଷକଙ୍କ ବିରୋଧରେ ରାସ୍ତାରୋକ। ଛାତ୍ରୀଙ୍କୁ ପ୍ରଧାନ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗରେ ରାସ୍ତାରୋକ କରାଯାଇଛି । ଏହାକୁ ନେଇ ସୁନ୍ଦରଗଡ ଜିଲ୍ଲା ବାଲିଶଙ୍କରା ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅସନ୍ତୋଷ ଦେଖାଦେଇଛି।  ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଚାନ୍ଦିନୀ ଛକ ନିକଟରେ ନବମ ଓ ଦଶମ ଶ୍ରେଣୀର ଛାତ୍ରୀମାନେ ରାସ୍ତାରୋକ କରିଛନ୍ତି। ଫଳରେ ବାଲିଶଙ୍କରା-ଛତିଶଗଡ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡିମୋଟର ଅଟକି ରହିଛି। ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଘଟଣାସ୍ଥଳରେ ବାଲିଶଙ୍କରା ବିଡିଓ , ତହସିଲଦାର ଓ ତଲସରା ଥାନା ଅଧିକାରୀ ପହଞ୍ଚି ଛାତ୍ରୀ ମାନଙ୍କୁ ବୁଝାସୁଝା କରିଛନ୍ତି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories