www.samajalive.in
Monday, December 15, 2025
24.1 C
Bhubaneswar

ସୋଆ ନୂତନ କୋଭିଡ-୧୯ ହସ୍ପିଟାଲ ପରିଦର୍ଶନ କଲେ ୫-ଟି ସଚିବ ଓ ଉନ୍ନୟନ କମିଶନର

ଭୁବନେଶ୍ବର : ମହାମାରୀ କରୋନାର ମୁକାବିଲା ପାଇଁ ସମ ହସ୍ପିଟାଲ ଠାରେ ୫୦୦ ଶଯ୍ୟା ବିଶିଷ୍ଟ କୋଭିଡ୍-୧୯ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ଚାଲିଛି।
ଆଜି ୫-ଟି ସଚିବ ଭି.କେ ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ କୃଷି ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ ଏହି ନୂତନ ହସ୍ପିଟାଲ ପରିଦର୍ଶନରେ ଯାଇ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ସୋଆର କ୍ୟାମ୍ପସ-୨ ର କନଭେନସନ ସେଣ୍ଟରରେ ଆସନ୍ତା ୧୫ ଦିନ ମଧ୍ୟରେ କାର୍ଯ୍ୟକ୍ଷମ ହୋଇଯିବ। ଏହି ଅବସରରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜ ରଞ୍ଜନ ନାୟକ ଅଧିକାରୀମାନଙ୍କୁ କୋଭିଡ୍-୧୯ ହସ୍ପିଟାଲ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ।

Image : Samajalive.in

ରବିବାର ଏହି ପରିଦର୍ଶନ ସମୟରେ ସୋଆ କୁଳପତି ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ର, ଆଇଏମଏସ ଓ ସମ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଆଡିସିନାଲ୍ ମେଡିକାଲ ସୁପରିଟେଣ୍ଡେଣ୍ଟ ଡାକ୍ତର ରାଜେଶ ଲେଙ୍କା, ଆଇଟିଇଆର ନିର୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ଓ ସୋଆର ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏହି ହସ୍ପିଟାଲରେ କୋଭିଡ୍‌-୧୯ ସଂକ୍ରମିତଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିବ।

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories