www.samajalive.in
Friday, December 12, 2025
19.1 C
Bhubaneswar

ସ୍ୱତନ୍ତ୍ର ଶିକ୍ଷାନୁଷ୍ଠାନକୁ ୫-ଟିରେ ରୂପାନ୍ତରିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଡେସ୍କ :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ବିଭାଗୀୟ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି, ବିଭାଗ ଅଧୀନରେ ଥିବା ସମସ୍ତ ସ୍ୱତନ୍ତ୍ର ଶିକ୍ଷାନୁଷ୍ଠାନକୁ ୫-ଟିରେ ରୂପାନ୍ତରିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଶ୍ରୀ ପଣ୍ଡା କହିଛନ୍ତି, ମଧୁବାବୁ ପେନ୍‌‌ସନ୍‌‌ ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ୨୮ଲକ୍ଷ ୩୭ହଜାରକୁ ବୃଦ୍ଧି ପାଇଛି । ବରିଷ୍ଠ ନାଗରୀକଙ୍କ ପାଇଁ ୭ଟି ବାର୍ଦ୍ଧକ୍ୟ ଜନିତ ଭିନ୍ନକ୍ଷମ କେନ୍ଦ୍ର ଓ ୮୩ଟି ବୁଦ୍ଧାଶ୍ରମ କାର୍ଯ୍ୟ କରୁଛି । ସେହିଭଳି ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ୨ହଜାର ୯୭୪ ଜଣ ହିତାଧିକାରୀଙ୍କୁ କୃତିମ ଅଙ୍ଗପ୍ରତ୍ୟଙ୍ଗ ପ୍ରଦାନ କରାଯାଇଛି । ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କ ଥଇଥାନ ନିମନ୍ତେ ୧୦ଟି ଜିଲ୍ଲାରେ ସମନ୍ୱିତ ଭିତ୍ତିଭୂମି କେନ୍ଦ୍ର ପ୍ରତିଷ୍ଠା ଦିଗରେ ପଦକ୍ଷେପ ଗ୍ରହଣ କରାଯାଇଛି । ଏହି କେନ୍ଦ୍ର ଗୁଡ଼ିକୁ ଜାତୀୟ ସ୍ତରର ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।
ସେ କହିଛନ୍ତି, ଭିନ୍ନକ୍ଷମମାନଙ୍କ ସଶକ୍ତିକରଣ ପାଇଁ ଭୁବନେଶ୍ୱର ଓ ସୁନ୍ଦରଗଡ଼ରେ ଦୁଇଟି ବିଶ୍ୱସ୍ତରୀୟ କେନ୍ଦ୍ର ମନୋଦୟ – ରାଜ୍ୟ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନ ସ୍ଥାପିତ ହୋଇଛି। ଏହି ଭଳି ଆଉ ୮ଟି କେନ୍ଦ୍ର ସ୍ଥାପନ କରାଯିବ ବୋଲି ଶ୍ରୀ ପଣ୍ଡା କହିଛନ୍ତି ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories