www.samajalive.in
Sunday, December 7, 2025
26.1 C
Bhubaneswar

ଟାଙ୍ଗିଆରେ ହାଣି ମାଆକୁ ହତ୍ୟା କଲା ନୃଶଂସ ପୁଅ

ଦେବଗଡ: ମାଆକୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ। ଦେବଗଡ ଜିଲ୍ଲା ରିଆମାଳ ଥାନା କତ୍ରାପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି। ନିଜ ଜନ୍ମକଲା ମାଆକୁ ହତ୍ୟା କରିଛି ପୁଅ। ପାରିବାରିକ କଳହକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ମୃତ ମହିଳା ଜଣକ କୁନ୍ତଳା କିଶାନ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ସୋମବାର ରାତିରେ କୁନ୍ତଳାଙ୍କ ସହ ପୁଅ ସୁରେଶର କୌଣସି କଥାକୁ ନେଇ ବଚସା​‌ ହୋଇଥିଲା। କ୍ରମଶଃ ଏହି ଝଗଡା ଉଗ୍ର ରୂପ ନେଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସୁରେଶ ମାଆ କୁନ୍ତଳା ଙ୍କୁ ଶୋଇଥିବା ଅବସ୍ଥାରେ ଏକ ଟାଙ୍ଗିଆରେ ହାଣି ଦେଇଥିଲା। ପରେ ସ୍ଥାନୀୟ ଲୋକ ଘଟଣା ସମ୍ପର୍କରେ ଜାଣି ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଅଭିଯୁକ୍ତ ପୁଅକୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories