www.samajalive.in
Saturday, December 6, 2025
16.1 C
Bhubaneswar

ସୋନପୁର ଜିଲ୍ଲା ଷ୍ଟାଡିୟମ ଓ ଇନଟିଗ୍ରେଟେଡ଼ ସ୍ପୋର୍ଟ୍ସ କମ୍ପ୍ଲେକ୍ସର ଉନ୍ନତିକରଣ ଉପରେ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଇଲେକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତିବିଦ୍ୟା, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଆଜି ସୋନପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର କ୍ରୀଡା ଭିତ୍ତିଭୂମିର ସୁଦୃଢୀ କରଣ ଉପରେ ଗୁରୁତ୍ୱ ଦେଇଛନ୍ତି। ଆଜି ମନ୍ତ୍ରୀ ଶ୍ରୀ ବେହେରା ଜିଲ୍ଲା ସର୍କିଟ ହାଉସ ଠାରେ ଅନୁଷ୍ଠିତ ବୈଠକରେ ଯୋଗଦେଇ ଜିଲ୍ଲାର କ୍ରୀଡା ଭିତ୍ତିଭୂମିକୁ କିପରି ଅଧିକ ଉନ୍ନତ ଓ ବିକଶିତ କରିହେବ ସେ ବିଷୟରେ ଜିଲ୍ଲାପାଳ ମୋନିଷା ବାନାର୍ଜୀ ଓ ଅନ୍ୟ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରୀଡାକୁ ଯଥେଷ୍ଟ ଗୁରୁତ୍ୱ ଦେଉଥିବା ବେଳେ ଓଡିଶାରୁ ଅଧିକ ଅଲମ୍ପିଆନ ସୃଷ୍ଟି ଉପରେ ଆମ ସମସ୍ତଙ୍କୁ ଦୃଷ୍ଟି ଦେବାକୁ ପଡିବ ଓ ଏଥିପାଇଁ ତୃଣମୂଳ ସ୍ତରରୁ କ୍ରୀଡା ପ୍ରତିଭାକୁ ଖୋଜି ବାହାର କରିବା ସହ ସେମାନଙ୍କୁ ଉପଯୁକ୍ତ ଖାଦ୍ୟପେୟ ଓ ତାଲିମ ଦେବାକୁ ପଡିବ ବୋଲି ମନ୍ତ୍ରୀ ଶ୍ରୀ ବେହେରା କହିଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା ଜିଲ୍ଲା ଷ୍ଟାଡିୟମ, ସୁଇମିଙ୍ଗ ପୁଲ ଓ ବ୍ୟାଡ଼ମିନଣ୍ଟନ ହଲ ବୁଲି ଦେଖିବା ସହ ଟେନିସ, ଭଲିବଲ, ଖୋଖୋ, କବାଡି, ଥ୍ରୋ-ବଲ ଆଦି ସୁବିଧା ସହ କିପରି ଏହାକୁ ଏକ ଆଧୁନିକ ଇନଟିଗ୍ରେଟେଡ଼ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଭାବେ ଗଢି ତୋଳିବା ବିଷୟରେ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। ମନ୍ତ୍ରୀ ଜିଲ୍ଲା କ୍ରୀଡାର ଅଧିକ ବିକାଶ ଲାଗି ଆଉ କଣ ସବୁ ପଦକ୍ଷେପ ଗ୍ରହଣ କରାଯାଇ ପାରିବ ସେଥିନେଇ ଆଜି ଏଠାରେ ବିଭିନ୍ନ କ୍ରୀଡା ସଙ୍ଘ ମାନଙ୍କ ସହ ଆଲୋଚନା କରିଥିଲେ ଓ ଆଜିର ବୈଠକରେ ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ସମେତ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଦୋଳମଣୀ ପଟେଲ, ଉପ ଜିଲ୍ଲପାଳ ନିହାର ରଞ୍ଜନ କହଁର, କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁରେନ୍‌ଶୁ ରୁଟ ଏବଂ ଜିଲ୍ଲା କ୍ରୀଡା ଅଧିକାରୀ ଶରତ ଚନ୍ଦ୍ର ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories