www.samajalive.in
Tuesday, December 9, 2025
15.1 C
Bhubaneswar

ଦୁଇ ବସ ସାମ୍ନାସାମ୍ନି ଧକ୍କା: ଅନେକ ଗୁରୁତର, ଜଣେ ଡ୍ରାଇଭର ଫସିଥିବା ସୂଚନା

ସୋନପୁର: ସୋନପୁର-ସମ୍ବଲପୁର ରାସ୍ତାର ଡୁଡୁପାଲିରେ ୨ ବସ ସାମ୍ନାସାମ୍ନି ଧକ୍କା ହୋଇଛି। ଫଳରେ ଦୁଇ ବସରେ ଥିବା ଅନେକ ଯାତ୍ରୀ ଗୁରୁତର ହୋଇଛନ୍ତି। ଗୋଟିଏ ବସର ଜଣେ ଡ୍ରାଇଭର ଫସି ରହିଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାର ଗୁରୁତର ଆହତ ଓ ଆହତମାନଙ୍କୁ ଉଦ୍ଧାର ପରେ ସୋନପୁର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତିକରାଯାଇଛି। ଗୁରୁତର ଆହତଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ସେମାନଙ୍କୁ ଅନ୍ୟ ମେଡ଼ିକାଲକୁ ସ୍ଥାନାନ୍ତର ପାଇଁ ସୁପାରିସ କରାଯିବ ବୋଲି ଡାକ୍ତର କହିଛନ୍ତି। ଉଭୟ ବସରୁ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଅପରପକ୍ଷରେ ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ିନ ଥିବାବେଳେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ବରାନ୍ବୀତ କରିଛି ଏବଂ ତଦନ୍ତ ଚଳାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories