www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ପୁଣି ଇଡିରେ ହାଜର ହେବେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ଆଜି ଇଡିରେ ହାଜର ହେବେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ । ନ୍ୟାଶନାଲ ହେରାଲ୍ଡ ମାମଲାରେ ଦ୍ୱିତୀୟଥର ଲାଗି ସୋନିଆଙ୍କୁ ପଚରାଉଚରା କରିବ ପ୍ରବର୍ତ୍ତନ ନିର୍ଦେଶାଳୟ । ପୂର୍ବରୁ ଜୁଲାଇ ୨୧ ତାରିଖରେ ନ୍ୟାଶନାଲ ହେରାଲ୍ଡ ମାମଲାରେ ସୋନିଆଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ ପକ୍ଷରୁ ଜେରା କରାଯାଇଥିଲା । ପ୍ରୟ ୨ ଘଣ୍ଟା ଧରି ଇଡିର ଅନେକ ପ୍ରଶ୍ନର ଉତ୍ତର ଦେଇଥିଲେ ସୋନିଆ ଗାନ୍ଧୀ ।

ଆଜି ପୁଣି ସୋନିଆ ଇଡି କାର୍ଯ୍ୟାଳୟରେ ସକାଳ ୧୧ଟା ୩୦ରେ ହାଜର ହେବେ ବୋଲି ଜଣାପଡ଼ିଛି । ସେପଟେ ସୋନିଆ ଇଡିରେ ହାଜର ହେବାକୁ ନେଇ କଂଗ୍ରେସ ପକ୍ଷରୁ କଡ଼ା ବିରୋଧ କରାଯାଇଛି । ଏହାକୁ ବିରୋଧ କରି ପୁଣି ଥରେ ରାଜରାସ୍ତାକୁ କଂଗ୍ରେସ ଓହ୍ଲାଇବ ବୋଲି କହିଛି । ଆଜି ଦିଲ୍ଲୀରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ କଂଗ୍ରେସ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯିବ ବୋଲି ଜଣାପଡ଼ିଛି ।

- Advertisement -

ହେଲେ ଦିଲ୍ଲୀ ପୁଲିସ ପକ୍ଷରୁ କଂଗ୍ରେସକୁ ରାଜଘାଟ ନିକଟରେ ସତ୍ୟାଗ୍ରହ କରିବାକୁ ଅନୁମତି ଦିଆଯାଇନାହିଁ । ଏନେଇ ଗତକାଲି କଂଗ୍ରେସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ସୋନିଆ ଗାନ୍ଧୀଙ୍କ ବାସଭବନ ନିକଟରେ ଥିବା କଂଗ୍ରେସ ମୁଖ୍ୟାଳୟରେ ବହୁ ସଂଖ୍ୟାରେ କଂଗ୍ରେସ କର୍ମୀ ମାନେ ଏକାଠି ହେବାକୁ ନିର୍ଦେଶ ଦିଆଯାଇଛି ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories