www.samajalive.in
Monday, December 15, 2025
16.1 C
Bhubaneswar

ଟ୍ରକକୁ ଧକ୍କା ଦେଲା ଟ୍ରକ୍‌; ଜଣେ ମୃତ, ଜଣେ ଗୁରୁତର

ସୋର: ବାହାନଗା ବଜାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୋଟିଏ ଟ୍ରକକୁ ଆଉ ଏକ ଟ୍ରକ୍‌ ଧକ୍କା ଦେବାର ଫଳରେ ଘଟଣାସ୍ଥଳରେ ଜଣେ ଟ୍ରକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଜଣେ ଟ୍ରକ୍‌ ହେଲପର ମଧ୍ୟ ଗୁରୁତର ହୋଇଛନ୍ତି । ଗୁରୁତର ହେଲପରଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଦୁର୍ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି । କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକ ରାସ୍ତା ଅବରୋଧ କରିଥିବା ସୂଚନା ମିଳିଛି । ଡ୍ରାଇଭରଙ୍କ ମୃତଦେହ ରଖି ଏନଏଚ-୧୬ ଅବରୋଧ କରାଯାଇଥିବା ବେଳେ ଉଭୟ ପାର୍ଶ୍ୱରେ ଗାଡ଼ି ଗୁଡ଼ିକ ଅଟକି ରହିଛି । ଯାତ୍ରୀ ମାନେ ନାହିଁ ନଥିବାର ହଇରାଣ ହେଉଛନ୍ତି ।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories