www.samajalive.in
Monday, December 15, 2025
26.1 C
Bhubaneswar

ବିଦ୍ୟୁତ ଖୁଣ୍ଟ ପଡି ନବମ ଶ୍ରେଣୀ ଛାତ୍ର ଗୁରୁତର

ସୋର : ସୋର ବ୍ଲକ ସରଶଙ୍ଖ ଗାଁରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ ଖୁଣ୍ଟ ପଡି ଜଣେ ନବମ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସୋର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଆଜି ସକାଳେ ନବମ ଶ୍ରେଣୀ ଛାତ୍ର ଦେବାଶିଷ ବେହେରା ଅନ୍ୟ ସହପାଠୀଙ୍କ ସହ ଟ୍ୟୁସନ୍‌ରୁ ଘରକୁ ଫେରୁଥିଲେ। ଏହି ସମୟରେ ସେହି ରାସ୍ତା ଦେଇ ଯାଉଥିବା ଏକ କୁକୁଡ଼ା ଚିଆଁ ବୋଝେଇ ଗାଡି ରାସ୍ତାରେ ଓହଳି ରହିଥିବା ବିଦ୍ୟୁତ କେବୁଲ ତାରକୁ ଘୋଷାଡି ନେବାରୁ ବିଦ୍ୟୁତ ଖୁଣ୍ଟଟି ଉପୁଡି ପଡି ଦେବାଶିଷଙ୍କ ସାଇକେଲ ଉପରେ ପଡିଥିଲା। ଫଳରେ ଅନ୍ୟ ସହପାଠୀମାନେ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଦେବାଶିଷଙ୍କ ହାତ ଭାଙ୍ଗିବା ସହିତ ସେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଦେବାଶିଷଙ୍କୁ ଗୁରୁତର ଭାବେ ଉଦ୍ଧାର କରି ସୋର ମେଡ଼ିକାଲରେ ଭର୍ତ୍ତି କରିବା ସହିତ ଗାଡିକୁ ଅଟକ ରଖି ସୋର ପୁଲିସକୁ ଖବର ଦେଇଥିଲେ। ଖବର ପାଇ ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗାଡିଟିକୁ ଜବତ କରି ଥାନାରେ ରଖିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ବିଦ୍ୟୁତ ତାର ଦୀର୍ଘଦିନ ଧରି ରାସ୍ତାରେ ଓହଳି ରହିଥିବାବେଳେ ଗ୍ରାମବାସୀମାନେ ବିଭିନ୍ନ ସମୟରେ ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ କରିଥିଲେ। ବିଭାଗୀୟ ଅଧିକାରୀଙ୍କ ଅବହେଳା ଏବଂ ଦାୟିତ୍ୱ ହୀନତା ପାଇଁ ଏଭଳି ଘଟଣା ଘଟିଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories