www.samajalive.in
Monday, December 8, 2025
20.1 C
Bhubaneswar

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ ; ୬ ମୃତ

ବାଲେଶ୍ୱର : ଆଜି ବାଲେଶ୍ୱର ଜିଲା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ସୋର ବିଦୁ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଟ୍ରକ ଧକ୍କାରେ ଯାତ୍ରୀବାହୀ ବସ ଓଲଟି ୬ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ମହିଳା ଓ ଶିଶୁ ରହିଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏହାସହ ୨୦ ରୁ ଅଧିକ ଲୋକେ ଗୁରୁତର ଓ ଆହତ ମଧ୍ୟ ହୋଇଛନ୍ତି। ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। କୋଇଲା ବୋଝେଇ ଟ୍ରକ ଉକ୍ତ ବସକୁ ପଛ ପଟୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି। ଏହି ଯାତ୍ରୀବାହୀ ବସ ଉଦଳାରୁ ଭୁବନେଶ୍ୱର ଆସୁଥିବା ନେଇ ସୂଚନା ମିଳିଛି। ଦୁର୍ଘଟଣା ପରେ ଉଭୟ ବସ ଓ ଟ୍ରକ ଓଲଟି ପଡିଥିଲା। ଟ୍ରକଟି ରାସ୍ତା ଉପରେ ଓ ବସଟି ରାସ୍ତା ତଳକୁ ଖସିପଡିଥିଲା। ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ଓ ସ୍ଥାନୀୟଲୋକେ, ପୁଲିସ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ବେଳେ ତଦନ୍ତ ଆରମ୍ଭ ହୋଇଛି। ପ୍ରଥମେ ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ମିଳିଥିଲା।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories