www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରାର୍ଥିପତ୍ର ଦାଖଲ କଲେ ସୌମ୍ୟରଞ୍ଜନ ପଟ୍ଟନାୟକ

କେଶଦୁରାପାଳ: ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କେନ୍ଦୁଝର ଜିଲା ଘସିପୁରା ନିର୍ବାଚନ ମଣ୍ଡଳୀରୁ ସ୍ଵାଧୀନ ପ୍ରାର୍ଥୀ ଭାବେ ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନିଜ ସମର୍ଥକଙ୍କ ସହ ଯାଇ ଆନନ୍ଦପୁର ଉପାଜିଲାପାଳଙ୍କ କାର୍ଯ୍ୟାଳୟରେ ସେ ନିଜ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ସୌମ୍ୟରଞ୍ଜନ ନିଜ ସମର୍ଥକଙ୍କ ସହିତ କେନ୍ଦୁଝର ଜିଲାର ସୀମାନ୍ତ ଜରଦା ଗେଟଠାରୁ ବିରାଟ ଶୋଭାଯାତ୍ରାରେ ବାହାରି ବଡ଼ ପଦନା ଛକ ଦେଇ ସାଇଁ କୂଳଠାରେ ପହଞ୍ଚିବା ପରେ ବେଲବାହାଳୀ ମାର୍କେଟ ଦେଇ ଶାଳପଡା କନକ ମଞ୍ଜରୀ ମହିଳା ମହାବିଦ୍ୟାଳୟ ପଛପଟ ପଡ଼ିଆରେ ଏକତ୍ରିତ ହୋଇଥିଲେ। ଏହାପରେ ସେଠାରୁ ହଜାର ହଜାର ସମର୍ଥକଙ୍କ ସହିତ ଶୋଭାଯାତ୍ରାରେ ବାହାରି ଶାଳପଡା ବ୍ରିଜ ଛକ ଦେଇ ଅପରାହ୍ନ ୨ ଘଟିକା ସମୟରେ ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories