www.samajalive.in
Saturday, December 6, 2025
15.1 C
Bhubaneswar

ପୈତୃକ ଗାଁରେ ପହଞ୍ଚିଲା ସୌମ୍ୟାଶ୍ରୀଙ୍କ ମରଶରୀର

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ପୈତୃକ ଗାଁ ପଳାସିଆରେ ପହଞ୍ଚିଲା ମୃତ ସୌମ୍ୟାଶ୍ରୀଙ୍କ ମରଶରୀର । କାନ୍ଦବୋବାଳିରେ ଫାଟି ପଡୁଛି ପୁରା ପରିବେଶ । କିଛି ସମୟ ପରେ ହେବ ଅନ୍ତିମ ସଂସ୍କାର । ରୀତିନୀତି ଅନୁସାରେ ନିଜ ଜନ୍ମ ମାଟିରେ ଶେଷକୃତ୍ୟ ହେବ ।

ନ୍ୟାୟ ପାଇଁ ଗୁହାରି କରି ଶେଷରେ ହାରିଗଲେ ସୌମ୍ୟାଶ୍ରୀ। ଅଧ୍ୟାପକଙ୍କ ନିର‌୍ୟାତନା ସହି ନ ପାରି ଆତ୍ମାହୁତି ଉଦ୍ୟମ କରିଥିବା ବାଲେଶ୍ଵର ଏଫଏମ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। କଲେଜର ଅଧ୍ୟାପକ ସମୀର ସାହୁ ସୌମ୍ୟାଶ୍ରୀଙ୍କୁ ବାରବାର ନିର‌୍ୟାତନା ଦେଇ ଆସୁଥିଲେ। ଏ ନେଇ ସେ ବିଭିନ୍ନ ମହଲରେ ଅଭିଯୋଗ କରିଥିଲେ। ପୁଲିସଠାରୁ ଆରମ୍ଭ କରି କଲେଜ ଅଧ୍ୟକ୍ଷ, ସମସ୍ତଙ୍କୁ ଗୁହାରି କରିଥିଲେ। ହେଲେ ଶେଷରେ ନିରାଶ ହେବାକୁ ପଡ଼ିଥିଲା। ଯେଉଁ କାରଣରୁ ସେ କଲେଜରେ ପେଟ୍ରୋଲ ଢାଳି ନିଜ ଦେହରେ ନିଆଁ ଲଗାଇ ଆତ୍ମାହୁତି ଦେବାକୁ ଉଦ୍ୟମ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories