www.samajalive.in
Sunday, December 14, 2025
23.1 C
Bhubaneswar

ଗାଙ୍ଗୁଲି ସାଜିବେ ଏହି ଅଭିନେତା, ନିଜେ ସ୍ପଷ୍ଟ କଲେ ଦାଦା

ମୁମ୍ବଇ: ଭାରତୀୟ କ୍ରିକେଟ ଦଳର ସର୍ବଶ୍ରେଷ୍ଠ ଅଧିନାୟକମାନଙ୍କ ମଧ୍ୟରୁ ଅନ୍ୟତମ ସୌରଭ ଗାଙ୍ଗୁଲି। କୁହାଯାଏ ଯେ, ତାଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆ ବିଦେଶୀ ମାଟିରେ ଖେଳକୁ ଆକ୍ରମଣାତ୍ମକ ଢଙ୍ଗରେ ବିସ୍ତାର କରିଥିଲା। ‘ଦାଦା’ ନାମରେ ପରିଚିତ ଏହି ଭାରତୀୟ କ୍ରିକେଟରଙ୍କ ରେକର୍ଡ଼ ବିଷୟରେ ସମସ୍ତେ ଅବଗତ। ଏବେ ତାଙ୍କ ବାୟୋପିକ୍‌କୁ ନେଇ ଚର୍ଚ୍ଚା ଜୋର ଧରିଛି। ଗାଙ୍ଗୁଲିଙ୍କ ଜୀବନ କାହାଣୀ ଉପରେ ଚଳଚ୍ଚିତ୍ର ନିର୍ମାଣ କରିବାକୁ ଜୋରଦାର ପ୍ରସ୍ତୁତି ଚାଲିଛି। ପୂର୍ବତନ କ୍ରିକେଟର ତଥା ବିସିସିଆଇର ପୂର୍ବତନ ମୁଖ୍ୟ ସୌରଭ ଗାଙ୍ଗୁଲି ତାଙ୍କ ପ୍ରସ୍ତାବିତ ଆଗାମୀ ବାୟୋପିକ ବିଷୟରେ ଅନେକ ଖୁଲାସା କରିଛନ୍ତି।

ଗାଙ୍ଗୁଲି ତାଙ୍କ ଆଗାମୀ ବାୟୋପିକ୍ ବିଷୟରେ ସୂଚନା ଦେଇ କହିଛନ୍ତି ଯେ, ‘‘ମୁଁ ଯାହା ଶୁଣିଛି, ସେହି ଅନୁସାରେ ରାଜକୁମାର ରାଓ ମୁଖ୍ୟ ଭୂମିକାରେ ଅଭିନୟ କରିବେ… କିନ୍ତୁ ତାରିଖକୁ ନେଇ ଏକ ସମସ୍ୟା ଅଛି… ତେଣୁ ଏହା ପରଦାକୁ ଆସିବାକୁ ଏକ ବର୍ଷରୁ ଅଧିକ ସମୟ ଲାଗିପାରେ।’’ ଫିଲ୍ମର ବିଳମ୍ବକୁ ନେଇ ତାଙ୍କ ପ୍ରଶଂସକମାନେ ନିଶ୍ଚିତ ଭାବେ ସାମାନ୍ୟ ନିରାଶ ହୋଇପାରନ୍ତି।

- Advertisement -

‘ଦାଦା’ ଭୂମିକାରେ ଅଭିନୟ କରିବେ ରାଜକୁମାର ରାଓ

ଅଭିନେତା ରାଜକୁମାର ରାଓଙ୍କ ନାମ ପୂର୍ବରୁ ଏହି ପ୍ରୋଜେକ୍ଟ ସହ ଜଡ଼ିତ ଥିଲା। ଏବେ ନିଜେ ସୌରଭ ଗାଙ୍ଗୁଲି ନିଜେ ଏହା ସ୍ପଷ୍ଟ କରିଛନ୍ତି। ସୂଚନା ମୁତାବକ, ୨୦୨୧ରେ ଏହି ବାୟୋପିକ୍‌ ନିର୍ମାଣ ନେଇ ଘୋଷଣା ହୋଇଥିଲା।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories