www.samajalive.in
Friday, December 12, 2025
27.1 C
Bhubaneswar

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ନୂଆଦିଲ୍ଲୀ : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଛି । ଚଳିତ ବର୍ଷ ସଠିକ ସମୟରେ କେରଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୱେବସାଇଟରେ ସୂଚନା ଦିଆଯାଇଛି ।

ସାଧାରଣତଃ ଜୁନ୍‌ ପହିଲାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଥାଏ ଏବଂ ଜୁଲାଇ ୧୫ ସୁଦ୍ଧା ଏହା ସାରା ଦେଶକୁ ଆଚ୍ଛାଦିତ କରିଥାଏ। କିନ୍ତୁ ଚଳିତ ଥର ବାତ୍ୟା ‘ଅମ୍ପନ୍‌’ ଯୋଗୁ ମୌସୁମୀ ବାୟୁ ପହଞ୍ଚିବାରେ ବିଳମ୍ବ ହୋଇପାରେ ବୋଲି କୁହାଯାଇଥିଲା ଏବଂ ଜୁନ୍‌ ୧ରୁ-୫ ମଧ୍ୟରେ ମୌସୁମୀ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଥିଲା। କିନ୍ତୁ ଏଥର ମଧ୍ୟ ଠିକ୍ ସମୟରେ ଅର୍ଥାତ ଜୁନ୍‌ ପହିଲାରେ ହିଁ କେରଳକୁ ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ।

- Advertisement -

ଦକ୍ଷିଣ -ପଶ୍ଚିମ ମୌସୁମୀ କେରଳ ଛୁଇଁବା ସହ ବର୍ଷା ଦିନ ଆରମ୍ଭ ହୋଇ ଯାଇଛି। ଆଇଏମଡିର ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳ ଛୁଇଁ ସାରିଛି ଏବଂ ଏହା ଖୁବ୍ ଶିଘ୍ର ଭାରତର ଅନ୍ୟ ରାଜ୍ୟମାନଙ୍କରେ ମଧ୍ୟ ପହଞ୍ଚିଯିବ । ଜୁନ ମାସରୁ ସେପ୍ଟେମ୍ବର ମାସ ପର୍ଯ୍ୟନ୍ତ ଦେଶରେ ସକ୍ରିୟ ରହିବାକୁ ଥିବା ମୌସୁମୀ ଯୋଗୁ ଦେଶରେ ୭୫ ପ୍ରତିଶତ ବର୍ଷ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories