www.samajalive.in
Saturday, December 6, 2025
15.1 C
Bhubaneswar

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଭଦ୍ରକ ପୁଲିସର ସ୍ୱତନ୍ତ୍ର ଅଭିଯାନ ଆରମ୍ଭ

ଭଦ୍ରକ: ଭଦ୍ରକର ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଭଦ୍ରକ ପୁଲିସ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିଛି। ଏନେଇ ଭଦ୍ରକ ଏସପି ଚରଣ ସିଂ ମିନା ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମାନସ ସ୍ୱାଇଁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଓ ତାଙ୍କ ସହଯୋଗୀ ଝୁନାଙ୍କୁ ଗିରଫ କରିବା ପାଇଁ ଜିଲ୍ଲା ପୁଲିସର ୪ ଗୋଟି ଟିମ୍ ବିଭିନ୍ନ ସ୍ଥାନକୁ ଯାଇ ଖୋଜ ଖବର ନେଉଛନ୍ତି। ତାଙ୍କୁ ନିଶ୍ଚିତ ଗିରଫ କରାଯିବ ବୋଲି ଏସପି କହିଛନ୍ତି। ଏହି ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ ନିରଞ୍ଜନ ସେଠୀ, ରଞ୍ଜନ ନାୟକଙ୍କ ସହିତ ପୂର୍ବରୁ ୩ ଜଣଙ୍କୁ ଗିରଫ କରାଯାଇଛି ଏବଂ ସେମାନଙ୍କ ପାଖରୁ ଏହି ହତ୍ୟାକାଣ୍ଡ ସମ୍ପର୍କରେ ବିସ୍ତୃତ ତଥ୍ୟ ସଂଗ୍ରହ କରାଯାଇଛି। ତେଣୁ ପୁଲିସ ନିରପେକ୍ଷ ଭାବେ ତଦନ୍ତ ପ୍ରକ୍ରିୟାକୁ ଆଗେଇଛି। କାହାରି ଚାପରେ ବଶବର୍ତ୍ତୀ ହୋଇ ନ ଥିବା କହିଛନ୍ତି ଭଦ୍ରକ ଏସପି। ଅତିରିକ୍ତ ଏସପି ଯତୀନ ପଣ୍ଡାଙ୍କ ସହିତ ଶର୍ମିଷ୍ଠାଙ୍କ ଫୋଟ ଥିବାରୁ ତାଙ୍କ ସମ୍ପୃକ୍ତିକୁ ନେଇ ଚର୍ଚ୍ଚା ହେଉଛି। ତେବେ ଏ ସମ୍ପର୍କରେ ଭଦ୍ରକ ଏସପି କିଛି ଜାଣି ନାହାନ୍ତି ବୋଲି କହିଛନ୍ତି। ଜେଲରେ ଆୟୋଜିତ କାର୍ଯ୍ୟକ୍ରମରେ ଜେଲରଙ୍କ ନିମନ୍ତ୍ରଣରେ ଭଦ୍ରକର ଅତିରିକ୍ତ ଏସପି ଯାଇଥିବା ସୂଚନା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories