ନୂଆଦିଲ୍ଲୀ : ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ପତ୍ନୀ ବେଗୋନା ଗୋମେଜ କରୋନା ଭୂତାଣୁ କୋଭିଡ୍-୧୯ରେ ଆକ୍ରାନ୍ତ ହୋଇଛନ୍ତି। ସ୍ପେନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏହି ସୂଚନା ମିଳିଛି। ବର୍ତ୍ତମାନ ବେଗୋନା ଗୋମେଜଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି।
ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ପତ୍ନୀ କରୋନା ଜୀବାଣୁ ପଜିଟିଭ ଆସିବା ପରେ ଆମେରିକା ଏବଂ ସ୍ପେନରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି। ଏଥି ସହିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟ ନିଜର ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିଥିଲେ। ଟ୍ରମ୍ପଙ୍କ କରୋନା ଟେଷ୍ଟ ରିପୋର୍ଟରୁ ନକାରାତ୍ମକ ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସ୍ପେନରେ ୧୩୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦେଢ ହଜାର ରୁ ଅଧିକ ଆକ୍ରାନ୍ତ ହୋଇଥିବା ଜଣାପଡିଛି।
ଏହାପୂର୍ବରୁ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ପତ୍ନୀ ସୋଫି ଟ୍ରୁଡୋ ମଧ୍ୟ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିଲେ। ସୋଫି ଟ୍ରୁଡୋଙ୍କୁ ୧୪ ଦିନ ପର୍ଯ୍ୟନ୍ତ ଅଲଗା ରଖାଯାଇ ତାଙ୍କର ଚିକିତ୍ସା ଜାରି ରହିଛି।



