www.samajalive.in
Wednesday, December 10, 2025
14.1 C
Bhubaneswar

ପୁରୀ ଏବଂ ଗୁଣୁପୁର ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଏକ୍ସପ୍ରେସ ଟ୍ରେନ୍

ପୁରୀ ଏବଂ ଗୁଣୁପୁର ମଧ୍ୟରେ ଏପ୍ରିଲ ୨୨ରୁ ପୁରୀରୁ ଏବଂ ୨୩ରୁ ଗୁଣୁପୁରରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଏକ୍ସପ୍ରେସ ଟ୍ରେନ୍ ଚଳାଚଳ କରାଇବାକୁ ପୂର୍ବତଟ ରେଳପଥ ନିଷ୍ପତ୍ତି ନେଇଛି। ୦୮୪୧୭ ପୁରୀ-ଗୁଣୁପୁର ସ୍ପେଶାଲ୍ ପୁରୀରୁ ଏପ୍ରିଲ ୨୨ରୁ ପ୍ରତ୍ୟହ ପୂର୍ବାହ୍ନ ୯ ଟା ୩୦ରେ ଛାଡି ଗୁଣୁପୁରରେ ରାତି ୮ଟା ୫୦ରେ ପହଞ୍ଚିବାକୁ ଥିବା ବେଳେ ଫେରିବା ମାର୍ଗରେ ୦୮୪୧୮ ଗୁଣୁପୁର-ପୁରୀ ସ୍ପେଶାଲ୍ ଗୁଣୁପୁରରୁ ଏପ୍ରିଲ ୨୩ରୁ ପ୍ରତ୍ୟହ ସକାଳ ୬ଟାରେ ଛାଡି ପୁରୀରେ ଅପରାହ୍ନ ୩ ଟା ୪୫ରେ ପହଞ୍ଚିବ।

ପୁରୀ-ଗୁଣୁପୁର-ପୁରୀ ସ୍ୱତନ୍ତ୍ର ଟ୍ରେନରେ ଛଅଟି ଦ୍ୱିତୀୟ ଶ୍ରେଣୀ ସଂରକ୍ଷିତ ସିଟିଙ୍ଗ କୋଚ୍ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍ ଭ୍ୟାନ ଉପଲବ୍ଧ ଥିବା ବେଳେ ଏହା ପୁରୀ ଓ ଗୁଣୁପୁର ମଧ୍ୟରେ ଉଭୟ ପାର୍ଶ୍ୱରୁ ସାକ୍ଷୀଗୋପାଳ, ବୀରପୁରୁଷୋତ୍ତମପୁର, ଡେଲାଙ୍ଗ, କଣାସ ରୋଡ୍, ମୋଟରୀ, ଖୋର୍ଦ୍ଧା ରୋଡ୍, ତାପଙ୍ଗ, ନିରାକାରପୁର, ଭୂଷଣ୍ଡପୁର, କାଳୁପଡାଘାଟ, କୁହୁଡ଼ି, ଗଙ୍ଗାଧରପୁର, ବାଲୁଗାଁ,ଚିଲିକା, ଖଲିକୋଟ, ରମ୍ଭା, ହୁମ୍ମା, ଗଞ୍ଜାମ, ଛତ୍ରପୁର, ଜଗନ୍ନାଥପୁର, ବ୍ରହ୍ମପୁର, ଗୋଳନ୍ଥରା, ସୁରଲା ରୋଡ୍, ଇଛାପୁରମ୍, ସୋମପେଟା, ମଣ୍ଡାସା ରୋଡ୍, ପଲାସା, ପୁଣ୍ଡି, ନୌପଡା, ଟୀକ୍କାଲି, ପଥପାଟ୍ଟନମ, ପାରଳାଖେମୁଣ୍ଡି, କାଶୀନଗର ଓ ବଂଶଧରା ଷ୍ଟେସନ ମାନଙ୍କରେ ରହଣି କରିବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories