www.samajalive.in
Monday, December 8, 2025
17.1 C
Bhubaneswar

ସାଧାରଣ ହସ୍ପିଟାଲରେ ହେବନି କରୋନା ସଂକ୍ରମଣ ଚିକିତ୍ସା

ସମାଜ ପୋର୍ଟାଲ ଡେସ୍କ: ରାଜ୍ୟର କୌଣସି ସାଧାରଣ ହସ୍ପିଟାଲରେ କରୋନା ସଂକ୍ରମିତ ନାହାନ୍ତି, କେବଳ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲରେ ହିଁ କରୋନା ସଂକ୍ରମିତଙ୍କ ଚିକିତ୍ସା କରାଯାଉଛି। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ମାତ୍ର ଜଣେ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ବୋଲି ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ସେ କହିଛନ୍ତି କରୋନା ସଂକ୍ରମିତଙ୍କ ପାଇଁ ରାଜ୍ୟ ସରକାର ୭ଟି ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ ପ୍ରସ୍ତୁତ କରିଛନ୍ତି। କୌଣସି ବ୍ୟକ୍ତିଙ୍କଠାରେ ଥଣ୍ଡା କିମ୍ବା ଜ୍ୱରର ଲକ୍ଷଣ ଦେଖାଦେଲେ ଘରୋଇ ହସ୍ପିଟାଲଗୁଡ଼ିକ ସ୍ୱତନ୍ତ୍ର ୱାର୍ଡରେ ସେମାନଙ୍କ ଚିକିତ୍ସା କରାଇବେ। ଯଦି ସେମାନଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ଦେଖାଯାଏ ତେବେ ୧୦୪ରେ ତୁରନ୍ତ ଫୋନ୍‍ କରି କର୍ତ୍ତୃପକ୍ଷଙ୍କୁ ଜଣାଇବାକୁ ସ୍ୱାସ୍ଥ୍ୟ ସଚିବ କହିଛନ୍ତି।

ଅନ୍ୟପକ୍ଷରେ ଡିଏମ୍‍ଇଟି ନିର୍ଦ୍ଦେଶକ ଡାକ୍ତର ସିବିକେ ମହାନ୍ତି ଏ ସମ୍ପର୍କରେ କହିଛନ୍ତି ଯେ ରାଜ୍ୟରେ ଯେଉଁ ସରକାରୀ ଓ ବେସରକାରୀ ହସ୍ପିଟାଲଗୁଡିକରେ କରୋନା ସଂକ୍ରମିତ ରୋଗୀଙ୍କ ଚିକିତ୍ସା କରାଯିବ ତାହା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ହୋଇଛି। କଟକ ଏସସିବି ଏବଂ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ କିଛି ଲୋକ ଭୟ କରି ଆସୁନଥିବାରୁ ଡିଏମ୍‍ଇଟି ନିର୍ଦ୍ଦେଶକ ଏହି ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି ଯେ ରାଜ୍ୟ ସରକାର କରୋନା ସଂକ୍ରମଣ ଚିକିତ୍ସା ପାଇଁ ସ୍ୱତନ୍ତ୍ର ହସ୍ପିଟାଲ ବ୍ୟବସ୍ଥା କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories