www.samajalive.in
Saturday, December 13, 2025
27.1 C
Bhubaneswar

ବାଙ୍କୀ ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

କଳାପଥର(ବାଙ୍କୀ) :  ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ ବରେନ୍ଦ୍ରକୃଷ୍ଣ ବିଦ୍ୟାପୀଠ ପରିସରରେ  ବାଙ୍କୀ ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧକ୍ଷା ପୁଷ୍ପଲତା ସାମନ୍ତ ଶିବିରକୁ ଉଦଘାଟନ କରି ଭିନ୍ନକ୍ଷମ ମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ସହିତ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବା ଶିବିରର ଉଦେଶ୍ୟ ବୋଲି କହିଥିଲେ। ଶିବିରରେ ବାଙ୍କୀ ବ୍ଲକର ବିଭିନ୍ନ ପଞ୍ଚାୟତରୁ  ୨୨୪  ଜଣ ଭିନ୍ନକ୍ଷମ ବ୍ୟକ୍ତି ନାମ ପଞ୍ଜିକୃତ କରିଥିଲେ । ସେମାନଙ୍କୁ ବିଶେଷଜ୍ଞ ମାନଙ୍କ ଦ୍ୱାରା ପରୀକ୍ଷା କରାଯାଇ ଶ୍ରବଣ ସମସ୍ୟାରେ  ୨୪ ଜଣ, ଅସ୍ଥି ଶଲ୍ୟ  ୧୧୭ ଜଣ, ମାନସିକ ବିକାରଗ୍ରସ୍ତ ୫୭ ଜଣ,  ୨୬ ଜଣ ଦୃଷ୍ଟି ବାଧିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ   ୮ ଜଣଙ୍କୁ ବସ୍ ପାସ୍, ଜଣଙ୍କୁ ଆଶାବାଡି ଓ ଜଣ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଛି । ଏହି ଶିବିରରେ  ୧୨ ଟି ଷ୍ଟଲ ଖୋଲାଯାଇ ଭିନ୍ନକ୍ଷମ ମାନଙ୍କୁ ଚିହ୍ନଟ କରାଯାଇ ସମସ୍ତ ସୁବିଧା ଯୋଗାଇ ଦିଆଯାଇଥିଲା । ଶିବିରରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟର ବିଶେଷଜ୍ଞମାନେ ଉପସ୍ଥିତ ରହି ଭିନ୍ନକ୍ଷମ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ବାଙ୍କୀ ବ୍ଲକ ବିଡିଓ ଶ୍ରୀମତୀ ମନସ୍ୱନୀ ଦାସ ଓ ସମସ୍ତ କର୍ମଚାରୀ ଉପସ୍ଥିତ ରହି ଶିବିର ପରିଚାଳନାରେ ସହାୟତା କରିଥିଲେ।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories