www.samajalive.in
Tuesday, December 9, 2025
16.1 C
Bhubaneswar

ବିଚ୍ଛିନ୍ନାଞ୍ଚଳ ଅଭିମୁଖେ ‘ଉତ୍କଳ ପ୍ରସଙ୍ଗ’ର ରଥଯାତ୍ରା ସ୍ୱତନ୍ତ୍ର ସଂଖ୍ୟା, ପ୍ରଥମଥର ପାଇଁ ଛତିଶଗଡ଼ରେ ବିତରଣ ହେବ ଉତ୍କଳ ପ୍ରସଙ୍ଗ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ, ପରମ୍ପରା ସର୍ବୋପରି ଶ୍ରୀଜଗନ୍ନାଥ ସଂସ୍କୃତିର ମହନୀୟତାକୁ ବଜାୟ ରଖିବା ପାଇଁ ବିଗତ ବର୍ଷମାନଙ୍କ ପରି ଚଳିତ ବର୍ଷ ମଧ୍ୟ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ପ୍ରସ୍ତୁତ ଉତ୍କଳ ପ୍ରସଙ୍ଗ (ରଥଯାତ୍ରା ସ୍ୱତନ୍ତ୍ର ସଂଖ୍ୟା) ବିତରଣ ନିମନ୍ତେ ଛତିଶଗଡ଼, ଝାରଖଣ୍ଡ ଏବଂ ଆନ୍ଧ୍ରପ୍ରଦେଶ ପ୍ରେରଣ କରାଯାଇଛି।

ଆଜି ପୂର୍ବାହ୍ନରେ ଉତ୍କଳ ପ୍ରସଙ୍ଗ ନେଇ ଯାଉଥିବା ଏକ ଗାଡ଼ିକୁ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ସବୁଜ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଛନ୍ତି । ବିଚ୍ଛିନ୍ନାଞ୍ଚଳରେ ବସବାସ କରୁଥିବା ଓଡ଼ିଆ ଭାଷାଭାଷୀ ଲୋକଙ୍କ ମଧ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଏବଂ ଶ୍ରୀଜଗନ୍ନାଥ ସଂସ୍କୃତି ପ୍ରତି ଥିବା ଶ୍ରଦ୍ଧା, ସମ୍ମାନ ଏବଂ ଆତ୍ମୀୟତାକୁ ସୁଦୃଢ଼ କରିବା ଏବଂ ଓଡ଼ିଶା ସରକାରଙ୍କର ସେମାନଙ୍କ ପ୍ରତି ଥିବା ଭଲପାଇବାକୁ ବଳବତ୍ତର ରଖିବା ଏହି ଯାତ୍ରାର ଉଦ୍ଦେଶ୍ୟ ବୋଲି ମନ୍ତ୍ରୀ ଶ୍ରୀ ଅମାତ ପ୍ରକାଶ କରିଛନ୍ତି ।

- Advertisement -

ଉତ୍କଳ ପ୍ରସଙ୍ଗ (ରଥଯାତ୍ରା ସ୍ୱତନ୍ତ୍ର ସଂଖ୍ୟା) ନେଇ ଯାଉଥିବା ଏହି ଗାଡ଼ିଟି ପ୍ରଥମଥର ପାଇଁ ଛତିଶଗଡ଼ର ରାୟଗଡ଼ ଯାଇ ପୁସ୍ତକ ବିତରଣ କରିବ। ସେଠାରୁ ଝାରଖଣ୍ଡ ଯାଇ ଚାଇଁବସା, ଚକ୍ରଧରପୁର, ସରେଇକଳା ଏବଂ ଖରସୁଆଁ ଆଦି ବିଚ୍ଛିନ୍ନାଞ୍ଚଳରେ ପୁସ୍ତକ ବିତରଣ କରିବ। ସେଠାରୁ ଫେରିଲା ପରେ ଆନ୍ଧ୍ରପ୍ରଦେଶର ଇଚ୍ଛାପୁରମ୍‌, ମଞ୍ଜୁଷା, ଟିକାଲି ଏବଂ ବିଶାଖାପାଟଣା ଯାଇ ଏହି ସ୍ୱତନ୍ତ୍ର ସଂଖ୍ୟାକୁ ଓଡ଼ିଆ ଭାଷାଭାଷୀମାନଙ୍କ ମଧ୍ୟରେ ବଣ୍ଟନ କରିବ।

ଆଜିର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ‘ଉତ୍କଳ ପ୍ରସଙ୍ଗ’ ଏବଂ ‘ଓଡ଼ିଶା ରିଭ୍ୟୁ’ର ସଂପାଦିକା କସ୍ତୁରୀ ମହାପାତ୍ର, ବିଭାଗୀୟ ନିର୍ଦେଶକ ସରୋଜ କୁମାର ସାମଲ, ନିର୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦେଶକ ସନ୍ତୋଷ କୁମାର ଦାସ, ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଯାତ୍ରାର ସଫଳତା କାମନା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories