www.samajalive.in
Saturday, December 6, 2025
23.1 C
Bhubaneswar

ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏବେ ଏହା ବାସ୍ତବତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଲୋକସେବା ଭବନସ୍ଥିତ କନ୍‌ଭେନସନ ସେଣ୍ଟରଠାରେ ଶୁକ୍ରବାର ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ଏକ ସପ୍ତାହବ୍ୟାପୀ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ସାଧାରଣ ଜୀବନରେ ଯେଉଁ କୋଟି କୋଟି ମାଆ ସଂଗ୍ରାମ ଜାରି ରଖିଛନ୍ତି ଏବଂ ନିଜ ପାଇଁ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିର ଦିନଟିକୁ ସମର୍ପିତ କରିଛନ୍ତି।

କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ସଶକ୍ତିକରଣ ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଏହା ଆଜି ଏକ ବାସ୍ତବତା। ଓଡିଶାର ମାଆମାନେ ଆଜି ରୂପାନ୍ତରର ସାରଥୀ ହୋଇଛନ୍ତି। ୭୦ ଲକ୍ଷ ମାଆମାନଙ୍କ ବିଶାଳ ସଂଗଠନ ଆଜି ଏସଏଚଜିରୁ ଏସଏମଇ ହେବାକୁ ଯାଉଛି। ମାଆମାନେ ଉଦ୍ୟୋଗୀ ହେବାକୁ ଯାତ୍ରା ଆରମ୍ଭ କରିଛନ୍ତି।

- Advertisement -

ସୂଚନାଯୋଗ୍ୟ, ଚଳିତ ବର୍ଷ ଆନ୍ତର୍ଜାତିକ ମହିଳା ଦିବସ ପାଇଁ ବିଷୟବସ୍ତୁ ରହିଛି ‘ନବ ପରିବର୍ତ୍ତନ ଓ ପ୍ରଯୁକ୍ତି ବିଦ୍ୟା ଦ୍ବାରା ଲିଙ୍ଗଗତ ସମାନତା ହାସଲ’। ଏହା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଯୁକ୍ତି ବିଦ୍ୟା ଆମକୁ ସମାଜରେ ଲିଙ୍ଗଗତ ବିଭେଦ ଦୂର କରିବା ପାଇଁ ଏକ ଅନନ୍ୟ ସୁଯୋଗ ଦେଇଛି । ଇନୋଭେସନ ଓ ଟେକ୍ନୋଲୋଜିର ପ୍ରୟୋଗରେ ଶିକ୍ଷା, ନିଯୁକ୍ତି, କର୍ମକ୍ଷେତ୍ର ଏବଂ ସମାଜର ବିଭିନ୍ନ କ୍ଷେତ୍ରରେ ବିଭେଦ ଦୂର କରାଯାଇ ନାରୀମାନଙ୍କ ଅଧିକାରର ସୁରକ୍ଷା କରାଯାଇପାରୁଛି। ମହିଳାମାନଙ୍କ ବିରୁଦ୍ଧରେ ହେଉଥିବା ହିଂସାକୁ ମଧ୍ୟ ରୋକାଯାଇ ପାରୁଛି। ଏହାଦ୍ବାରା ସମାଜରେ ଲିଙ୍ଗଗତ ବୈଷମ୍ୟ ଦୂର ହୋଇ ଏକ ନ୍ୟାୟପୂର୍ଣ୍ଣ ସମାଜ ଗଠନ କରାଯାଇପାରିବ। ତେଣୁ ଇନୋଭେସନ ଓ ଟେକ୍‌ନୋଲୋଜିର ଅଧିକରୁ ଅଧିକ ପ୍ରୟୋଗ କରି ମହିଳାମାନଙ୍କୁ ସବୁ କ୍ଷେତ୍ରରେ ସମାନ ଅଧିକାର ପ୍ରଦାନ କରିବା ସହିତ ଏକ ନ୍ୟାୟପୂର୍ଣ୍ଣ ସମାଜ ଗଠନ ଦିଗରେ କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ରାଜ୍ୟସ୍ତରୀୟ ଉତ୍ସବରେ ମହିଳା ଓ ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବ ଓ ଦିଗ୍‌ଦର୍ଶନରେ ମହିଳା ଓ ଶିଶୁବିକାଶ ବିଭାଗ ମହିଳାମାନଙ୍କ ସଶକ୍ତିକରଣ ଓ ଅଧିକାରର ସୁରକ୍ଷା ପାଇଁ ଅନେକ କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ କରୁଛି । ମହିଳାମାନେ ଆଜି ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସଶକ୍ତ ହୋଇପାରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁବିକାଶ ବିଭାଗର ଯୁବ ମାସ୍କଟ ‘କୁନି’ର ଶୁଭାରମ୍ଭ କରିଛନ୍ତି। ଏହି ମାସ୍କଟ କିଶୋର କିଶୋରୀମାନଙ୍କୁ ଶିକ୍ଷା, ଅଧିକାର ଓ ଅନ୍ୟାନ୍ୟ କ୍ଷେତ୍ରରେ ସଚେତନ କରିବା ପାଇଁ କାର୍ଯ୍ୟ କରିବ। ଏହାସହିତ ରାଜ୍ୟର ନୂଆ ଶିଶୁ ନୀତି ‘ପ୍ରାରମ୍ଭ’ ମଧ୍ୟ ଉନ୍ମୋଚିତ ହୋଇଥିଲା। ଏହାବ୍ୟତୀତ ଆଶୀର୍ବାଦ ଯୋଜନାର ଏମଆଇଏସ୍ ପୋର୍ଟାଲ୍ ଏବଂ ଓ୍ଵାନ୍ ଷ୍ଟପ୍ ସେଣ୍ଟର ଓ ମହିଳା ହେଲ୍‌ପ ଲାଇନରେ ସଫଳ ମହିଳାଙ୍କ କାହାଣୀ ଉପରେ ଏକ କେସ୍ ଷ୍ଟଡି ବୁକଲେଟ ମାନ୍ୟବର ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଥିଲେ।

ଏହି ଅବସରରେ ୩ ଜଣ ଶ୍ରେଷ୍ଠ ଅଙ୍ଗନବାଡ଼ି କର୍ମୀ, ଶ୍ରେଷ୍ଠ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଏବଂ ଶ୍ରେଷ୍ଠ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ପୁରସ୍କୃତ କରାଯାଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା, ମହିଳା ଓ ଶିଶୁ ବିକାଶ ବିଭାଗର ଉପଦେଷ୍ଟା, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ରାଜ୍ୟସ୍ତରୀୟ ଅଧିକାରୀ, ସମାଜ ସଂଗଠନ ନାଗରିକ, ଜିଲ୍ଲାସ୍ତରୀୟ କର୍ମଚାରୀ ତଥା ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ(ଡିଏସଡବ୍ଲ୍ୟୁଓ), ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ପ୍ରମୁଖ ଯୋଗ ଦେଇଥିଲେ।

 

 

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories