www.samajalive.in
Wednesday, December 10, 2025
23.1 C
Bhubaneswar

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ନିର୍ଦେଶ

ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷାପୂର୍ବକ କିପରି ଏହାର ପ୍ରତିକାର ଓ ମୁକାବିଲା କରାଯାଇ ପାରିବ ଏ ସଂପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁଙ୍କ ପକ୍ଷରୁ ସମସ୍ତ ବିଭାଗକୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ଓ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଭିନ୍ନ ଗ୍ରାମ, ପଡ଼ା ଓ ଓ୍ୱାର୍ଡରେ ଜଳସଂକଟ ଥିବା ଅଞ୍ଚଳକୁ ଚିହ୍ନଟ କରିବା ସହ ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା ସହ ଅନ୍ୟାନ୍ୟ ବ୍ୟବହାର ପାଇଁ ଓ୍ୱାଟର ଟ୍ୟାଙ୍କର ମାଧ୍ୟମରେ ଜଳ ଯୋଗାଇଦେବା ସହ ବଜାରଘାଟ, ବସଷ୍ଟାଣ୍ଡ ଓ ଅନ୍ୟ ଜନଗହଳିପୂର୍ଣ୍ଣ ସ୍ଥାନଗୁଡ଼ିକରେ ପାନୀୟ ଜଳ ସେବା କେନ୍ଦ୍ର ଓ ଜଳଛତ୍ର ଖୋଲିବା ସହ ଆଗୁଆ ଅଚଳ ନଳକୂପଗୁଡ଼ିକର ମରାମତି, ପାଇପ ଜଳଯୋଗାଣ ବ୍ୟବସ୍ଥା ତ୍ୱରାନ୍ୱିତ କରିବା, ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥ#ବା ଆଶ୍ରୟସ୍ଥଳୀ, ଗୋଷ୍ଠୀ କେନ୍ଦ୍ର ଗୃହଗୁଡ଼ିକୁ ବାସହୀନ ଓ ଆଶ୍ରୟସ୍ଥଳ ଆବଶ୍ୟକ ଥିବା ଜନସାଧାରଣଙ୍କୁ ଦିନବେଳା ଆଶ୍ରୟ ଯୋଗାଇ ଦେବାର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

- Advertisement -

ଜଳସଂପଦ ବିଭାଗ ପକ୍ଷରୁ ଜଳଭଣ୍ଡାରଗୁଡ଼ିକରୁ କେନାଲକୁ ଆବଶ୍ୟକ ଜଳ ଯୋଗାଇ ଦେବା ପାଇଁ ନିର୍ଦେଶ ଦିଆଯାଇଛି। ମତ୍ସ୍ୟପାଳନ ଓ ପଶୁସଂପଦ ବିକାଶ ବିଭାଗ ପକ୍ଷରୁ ବୁଲା ପଶୁ/ଗୋରୁଗାଈମାନଙ୍କ ପାଇଁ ପିଇବା ପାଇଁ ବ୍ୟବସ୍ଥା କରିବାକୁ ନିର୍ଦେଶ ଦିଆଯାଇଛି।

ବିଦ୍ୟାଳୟ, ମହାବିଦ୍ୟାଳୟ, ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ପରିସରରେ ଥିବା ଅଚଳ ନଳକୂପଗୁଡ଼ିକ ସଜାଡ଼ିବା ସହ ପ୍ରଚୁର ପରିମାଣର ଓଆରଏସ ମହଜୁଦ ରଖିବା ସହ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖରା ସମୟରେ ବାହ୍ୟ କାର୍ଯ୍ୟକଳାପକୁ ନିଷିଦ୍ଧ କରାଯାଇଛିା ବିଦ୍ୟାଳୟର ସମୟ, ଗ୍ରୀଷ୍ମ ପ୍ରବାହର ଆଗୁଆ ସୂଚନା ଅନୁସାରେ ପରିବର୍ତ୍ତନ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗକୁ ନିର୍ଦେଶ ଦିଆଯାଇଛି।

ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ କେବଳ ସକାଳବେଳା ଖୋଲା ରଖିବା ସହ ପାନୀୟ ଜଳ ବ୍ୟବସ୍ଥା ଓ ଆବଶ୍ୟକ ପରିମାଣର ଓଆରଏସ ପ୍ୟାକେଟ୍ ଆଶା ଓ ଅଙ୍ଗନବାଡ଼ି କର୍ମୀମାନଙ୍କୁ ଯୋଗାଇଦେବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗକୁ ନିର୍ଦେଶ ଦିଆଯାଇଛି।

ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଜିଲା ସଦର ମହକୁମା ଚିକିତ୍ସାଳୟଗୁଡ଼ିକରେ ଅଂଶୁଘାତ ରୋଗୀମାନଙ୍କର ଚିକିତ୍ସାର ବ୍ୟବସ୍ଥା କରିବା ସହ ଜୀବନ ରକ୍ଷାକାରୀ ଔଷଧ, ସାଲାଇନ୍ ଓ ଓଆର୍ଏସ୍ ମହଜୁଦ୍ ରଖିବା ଓ ଜନସାଧାରଣଙ୍କ ମଧ୍ୟରେ ଅଂଶୁଘାତଜନିତ ସଚେତନତା ପାଇଁ ପ୍ରଚାର ବ୍ୟବସ୍ଥା କରିବା ଓ ଜିଲ୍ଲାସ୍ତରୀୟ ମେଡ଼ିକାଲ ଅଫିସର ଓ ଅନ୍ୟ ସମସ୍ତ ମେଡ଼ିକାଲ ଅଫିସରମାନଙ୍କୁ ରାଜ୍ୟର ୩୭୭ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଂଶୁଘାତ ଓ ଗ୍ରୀଷ୍ମପ୍ରବାହଜନିତ ସ୍ୱାସ୍ଥ୍ୟ ପରିଚାଳନା କ୍ଷେତ୍ରରେ ତାଲିମ ଦିଆଯିବ ।

ଏଥିପାଇଁ ଓସଡମା ପକ୍ଷରୁ ପାଣ୍ଠି ଯୋଗାଇ ଦିଆଯିବା ଏ ସଂପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ଓସଡମାକୁ ନିର୍ଦେଶ ଦିଆଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଖରା ସମୟରେ ବସ୍ ଚଳାଚଳ ସମୟ ପରିବର୍ତ୍ତନ ସହ ବସଗୁଡ଼ିକରେ ଯାତ୍ରୀମାନଙ୍କ ପାଇଁ ପାନୀୟ ଜଳ, ପ୍ରାଥମିକ ଚିିକିତ୍ସା ବାକ୍ସର ବ୍ୟବସ୍ଥା କରିବା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

ନିର୍ମାଣ ଶ୍ରମିକମାନଙ୍କୁ କାର୍ଯ୍ୟକ୍ଷେତ୍ର ସ୍ଥଳରେ ପାନୀୟ ଜଳ ସହ ଆଶ୍ରୟ ବ୍ୟବସ୍ଥା କରିବା ଓ ଖରା ସମୟରେ ଗ୍ରୀଷ୍ମପ୍ରବାହକୁ ଆଖି ଆଗରେ ରଖି କାର୍ଯ୍ୟ ସମୟରେ ପରିବର୍ତ୍ତନ କରିବା ପାଇଁ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗକୁ ନିର୍ଦେଶ ଦିଆଯାଇଛି। ଗ୍ରୀଷ୍ମପ୍ରବାହ ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ସଂଚାର ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ପାଇ ଶକ୍ତି ବିଭାଗକୁ ନିର୍ଦେଶ ଦିଆଯାଇଛି।

ଜଙ୍ଗଲ ଅଗ୍ନିକୁ ରୋକିବା ଓ ପ୍ରତିହତ କରିବା ପାଇଁ ବିଭିନ୍ନ ଗୋଷ୍ଠୀ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ବନାଗ୍ନି ଦାଉରୁ ବନ୍ୟପ୍ରାଣୀ, ପକ୍ଷୀମାନଙ୍କୁ ରକ୍ଷା କରିବା ପାଇଁ ସ୍ଥାନୀୟ ଗୋଷ୍ଠୀ, ବନ ସୁରକ୍ଷା ସମିତି, ପଞ୍ଚାୟତିରାଜ ସଭ୍ୟ ଓ ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଏଥିରେ ଭାଗୀଦାର କରିବା ସହ ଚିଡ଼ିଆଖାନାଗୁଡ଼ିକୁ ବନ୍ୟପ୍ରାଣୀଙ୍କ ପାଇଁ ପିଇବା ପାଣି ଯୋଗାଇଦେବା ଓ ସହରାଞ୍ଚଳରେ ବନୀକରଣ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବା ପାଇଁ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗକୁ ନିର୍ଦେଶ ଦିଆଯାଇଛି।

ଗ୍ରୀଷ୍ମପ୍ରବାହ ସଂପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପୋଷ୍ଟର, ଲିଫଲେଟ ଓ କ’ଣ କରିବାକୁ ହେବ ଓ କ’ଣ ନକରିବା ଉଚିତ, ମଣିଷ ଓ ପ୍ରାଣୀସଂପଦର ସୁରକ୍ଷା ଦିଗରେ ଏଭଳି ପ୍ରଚାର ଓ ପ୍ରସାର ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ଓ ଓସଡାମାକୁ ନିର୍ଦେଶ ଦିଆଯାଇଛି।

ଥଣ୍ଡାଛାତ କାରିଗରୀ ବିଦ୍ୟାର ପ୍ରସାର ସଂପର୍କରେ ଜନସଚେତନତା ସୃଷ୍ଟି ଓ ଛାତ ଉପରେ ଧଳା ରଙ୍ଗର ଆସ୍ତରଣ ଦେବା ଦ୍ୱାରା ଘର ଭିତର କିପରି ଥଣ୍ଡା ରହିପାରିବ ଓ ରାଜ୍ୟ, ଜିଲ୍ଲାସ୍ତରରୁ ଆରମ୍ଭ କରି ନଗର ଉତ୍ତାପ ଆକ୍ସନ୍ ପ୍ଲାନକୁ କିପରି ଉନ୍ନତିକରଣ କରାଯାଇ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜନିତ ପ୍ରଭାବ ମୁକାବିଲା ପରିଚାଳନା କରାଯାଇପାରିବ। ଏ କ୍ଷେତ୍ରରେ ଓସଡାମାକୁ ନିର୍ଦେଶ ଦିଆଯାଇଛିା ଗ୍ରୀଷ୍ମପ୍ରବାହ ସମୟରେ ଅଂଶୁଘାତ ସମ୍ବନ୍ଧୀୟ ଜୀବନହାନିକୁ ଏଡ଼ାଇବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories