www.samajalive.in
Sunday, December 7, 2025
14.1 C
Bhubaneswar

ଏରସମାରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର: ଜଗତ୍‌ସିଂହପୁର ଜିଲ୍ଲା ଅନ୍ତର୍ଗତ ଏରସମା ବ୍ଳକ୍ ନିର୍ବାଚନୀ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଛନ୍ତି । ଶୁକ୍ରବାର ପୂର୍ବାହ୍ନରେ ଗୋଡ଼ କଲେଜ ପଡ଼ିଆରେ ଆୟୋଜିତ ନିର୍ବାଚନୀ ପ୍ରଚାର ସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ  କହିଛନ୍ତି,  କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି । କିନ୍ତୁ ଏହାକୁ ବନ୍ଦ କରିବାକୁ କେନ୍ଦ୍ର ଚକ୍ରାନ୍ତ କରୁଛି। ମୁଁ ଥିବା ଯାଏଁ କାଳିଆ ଯୋଜନା ବନ୍ଦ ହେବ ନାହିଁ । ବିଜେଡି ସରକାର ଆସିବାର ପ୍ରଥମ ଦିନ କାଳିଆ ଯୋଜନାରେ ଦୁଇଟି କିସ୍ତିର ୧୦ ହଜାର ଟଙ୍କା ଚାଷୀଙ୍କ ଖାତାକୁ ଯିବ। ଜୟ ଜଗନ୍ନାଥ ଓ ଆପଣମାନେ ଖୁସୀ ତ ବୋଲି ପଚାରିଥିଲେ । ପ୍ରଚଣ୍ଡ ଖରାରେ ଲୋକେ ତାଙ୍କ କଥା ଶୁଣିବାକୁ ଆସିଥିବାରୁ ଜନତାଙ୍କୁ ସେ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ ବକ୍ତବ୍ୟ ଆରମ୍ଭ କରିଥିଲେ ।

- Advertisement -

ମୋତେ ଆଶୀର୍ବାଦ କରନ୍ତୁ ଓ ଶଙ୍ଖ ଚିହ୍ନରେ ଭୋଟ୍‌ ଦିଅନ୍ତୁ। ଶେଷ ନିଃଶ୍ୱାସ ଥିବା ଯାଏଁ ମୁଁ ଆପଣମାନଙ୍କର ସେବା କରିବି। ସାଂସଦ ପ୍ରାର୍ଥୀ ରାଜଶ୍ରୀ ମଲିକ ଓ ବିଧାୟକ ପ୍ରାର୍ଥୀ ରଘୁନନ୍ଦନ ଦାସଙ୍କୁ ଭୋଟ୍‌ ଦେଇ ଜୟଯୁକ୍ତ କରିବାକୁ ସେ ଲୋକମାନଙ୍କୁ ନିବେଦନ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories