www.samajalive.in
Saturday, December 6, 2025
19.1 C
Bhubaneswar

ଦେଶରେ ବଢୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୧୦୯୨ ମୃତ, ୬୪ ହଜାର ୫୩୧ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ବଢିଚାଲିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା ।  ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ୬୪ ହଜାର ୫୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ଫଳରେ ଦେଶର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭ ଲକ୍ଷ ୬୭ ହଜାର ୨୭୪କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୨ ଜଣଙ୍କର ଜୀବନ ନେଇଛି ମହାମାରୀ କରୋନା। ଯାହା ଫଳରେ ଦେଶରେ ମୋଟ୍ କରୋନା ମୃତକଙ୍କ ସଂଖ୍ୟା ୫୨ ହଜାର ୮୮୯ ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି ।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଦେଶରୁ ୩ କୋଟି ୧୭ ଲକ୍ଷ ୪୨ ହଜାର ୭୮୨ ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୨୭ ଲକ୍ଷ ୬୭ ହଜାର ୨୭୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୦ ଲକ୍ଷ ୩୭ ହଜାର ୮୭୧ ଜଣ ଚିକିିତ୍ସାପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୫୨ ହଜାର ୮୮୯ ଜଣଙ୍କର ମୃତ୍ୟୁ ହୋଇଛି,ସେହିପରି ବର୍ତ୍ତମାନ ସୁଦ୍ଧା ୬ ଲକ୍ଷ ୬୭ ହଜାର ୫୧୪ ଜଣ ଚିକିତ୍ସିତ ହେଉଛନ୍ତି।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories