www.samajalive.in
Wednesday, December 10, 2025
18.1 C
Bhubaneswar

ଅଗଷ୍ଟ ୧୨ ଯାଏ ବଢ଼ିଲା ୩ ସ୍ୱତନ୍ତ୍ର ଟ୍ରେନ ଚଳାଚଳ

ଭୁବନେଶ୍ୱର: ରେଳବାଇ ପକ୍ଷରୁ ତିନି ସ୍ୱତନ୍ତ୍ର ଟ୍ରେନର ଚଳାଚଳକୁ ଆସନ୍ତା ମାସ ୧୨ ଯାଏ ବଢ଼ାଇ ଦିଆଯାଇଛି। ୦୨୮୬୧/୦୨୮୬୨ ଭୁବନେଶ୍ୱର-ରାଉରକେଲା-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ସେବାକୁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ଟ୍ରେନ ଅଗଷ୍ଟ ୩ରୁ ୧୨ ମଧ୍ୟରେ ଶନିବାର ଓ ରବିବାର ବ୍ୟତୀତ ରାଉରକେଲାଠାରୁ ପ୍ରତିଦିନ ଭୋର ୫ଘ.୧୦ମି.ରେ ଛାଡିବାକୁ ଥିବାବେଳେ ଭୁବନେଶ୍ୱରଠାରୁ ଏହା ଅପରାହ୍ନ ୨ଘ.୧୦ମି.ରେ ଛାଡିବI ଉକ୍ତ ଟ୍ରେନ ରାଉରକେଲା ଓ ଭୁବନେଶ୍ୱର ମଧ୍ୟରେ ଉଭୟ ଦିଗରୁ ରାଜଗାଙ୍ଗପୁର, ବାମରା, ଝାରସୁଗୁଡା, ରେଙ୍ଗାଲି, ସମ୍ବଲପୁର ସିଟି, ରେଢ଼ାଖୋଲ, ବଇଣ୍ଡା, ଅନୁଗୁଳ, ତାଳଚେର ରୋଡ଼, ଢେଙ୍କାନାଳ ଏବଂ ନାରାଜ ମାର୍ଥାପୁର ଷ୍ଟେସନ ମାନଙ୍କରେ ରହଣି କରିବ। ଏହାବ୍ୟତୀତ, ଅନ୍ୟ ଦୁଇଟି ଅନ୍ତଃ ରାଜ୍ୟ ସ୍ୱତନ୍ତ୍ର ଟ୍ରେନ ସେବାକୁ ମଧ୍ୟ ନିମ୍ନ ଅନୁଯାୟୀ ଅଗଷ୍ଟ ମାସ ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେହିଭଳି ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ (୦୮୪୯୩/୦୮୪୯୪) ଅଗଷ୍ଟ ପହିଲାଠାରୁ ୧୨ ମଧ୍ୟରେ ଶନିବାର ଓ ରବିବାର ବ୍ୟତୀତ ଅନ୍ୟ ଦିନମାନଙ୍କରେ ଭୁବନେଶ୍ୱରଠାରୁ ସକାଳ ୬ଘ.୩୦ମି.ରେ ଏବଂ ବଲାଙ୍ଗୀରଠାରୁ ଅପରାହ୍ନ ୨ଘ.୪୫ମି.ରେ ଛାଡିବI ଭୁବନେଶ୍ୱର ଓ ବଲାଙ୍ଗୀର ମଧ୍ୟରେ ମଞ୍ଚେଶ୍ୱର, ନରାଜମାର୍ଥାପୁର, ଢେଙ୍କାନାଳ, ମେରାମଣ୍ଡଳୀ, ତାଳଚେର ରୋଡ଼, ଅନୁଗୁଳ, ବୋଇଣ୍ଡା, ବାମୁର, ରେଢ଼ାଖୋଲ, ସମ୍ବଲପୁର, ହୀରାକୁଦ, ବରଗଡ଼ ରୋଡ଼, ବରପାଲି ଏବଂ ଲୋଇସିଂହା ଷ୍ଟେସନ ମାନଙ୍କଠାରେ ରହଣି କରିବI

ଅନ୍ୟପକ୍ଷରେ ଭୁବନେଶ୍ୱର-କୋରାପୁଟ-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଭାୟା ସମ୍ବଲପୁର (୦୮୪୪୭/୦୮୪୪୮) ଅଗଷ୍ଟ ମାସ ପହିଲା ଠାରୁ ୧୨ ତାରିଖ ମଧ୍ୟରେ ଭୁବନେଶ୍ୱର ଠାରୁ ପ୍ରତି ସୋମ, ବୁଧ ଓ ଶୁକ୍ରବାର ଦିନ ସନ୍ଧ୍ୟା ୬ଘ.୩୦ମି.ରେ ଛାଡିବାକୁ ଥିବା ବେଳେ କୋରାପୁଟ ଠାରୁ ପ୍ରତି ମଙ୍ଗଳ, ଗୁରୁ ଓ ରବିବାର ଦିନ ସନ୍ଧ୍ୟା ୫ଘ.୩୦ମି.ରେ କୋରାପୁଟ ଠାରୁ ଛାଡିବI ଏହି ଟ୍ରେନ ଭୁବନେଶ୍ୱର ଓ କୋରାପୁଟ ମଧ୍ୟରେ କଟକ, ଢେଙ୍କାନାଳ, ମେରାମଣ୍ଡଳୀ, ତାଳଚେର ରୋଡ଼, ଅନୁଗୁଳ, ବୋଇଣ୍ଡା, ରେଢ଼ାଖୋଲ, ସମ୍ବଲପୁର, ହୀରାକୁଦ, ବରଗଡ଼ ରୋଡ଼, ବରପାଲି, ଡୁଙ୍ଗୁରିପାଲି, ଲୋଇସିଂହା, ବଲାଙ୍ଗୀର, ବଡ଼ମାଳ, ଟିଟିଲାଗଡ଼, କେସିଙ୍ଗା, ମୁନିଗୁଡା, ଥେରୁବାଲି, ରାୟଗଡା, ଟିକିରି, ଲକ୍ଷ୍ମୀପୁର, କାକିରିଗୁମା, ବାଇଗୁଡ଼ା ଏବଂ ଦାମନଯୋଡି, ଷ୍ଟେସନମାନଙ୍କଠାରେ ରହଣି କରିବI ଏହି ଟ୍ରେନ ପାଇଁ ରେଳବାଇ ରିଜର୍ଭେସନ କାଉଣ୍ଟର ଓ ଆଇଆରସିଟିସି ୱେବସାଇଟ ମାଧ୍ୟମରେ ଟିକେଟ ବୁକ କରିହେବ। କେବଳ କନଫର୍ମ ଟିକେଟ ଥିବା ଯାତ୍ରୀମାନେ ଏସବୁ ଟ୍ରେନରେ ଯାତ୍ରା କରିପାରିବେ। ଅନ୍ୟ ସ୍ୱତନ୍ତ୍ର ଟ୍ରେନ ଯଥା ନୂଆଦିଲ୍ଲୀ-ଭୁବନେଶ୍ୱର, ଭୁବନେଶ୍ୱର-ମୁମ୍ବାଇ ଏବଂ ଭୁବନେଶ୍ୱର-ହାଇଦ ସ୍ୱତନ୍ତ୍ର ଟ୍ରେନଗୁଡିକ ପୂର୍ବ ବିଜ୍ଞପ୍ତି ଅନୁଯାୟୀ ଚଳାଚଳ କରିବI

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories