www.samajalive.in
Thursday, December 11, 2025
16.1 C
Bhubaneswar

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ

ଭୁବନେଶ୍ୱର: ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ସ୍ଥିତ ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କନଭେନସନ ହଲ ଠାରେ ଅନୁଷ୍ଠିତ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିକାରୀ ଓ କର୍ମଚାରୀଙ୍କୁ ଶପଥ ପାଠ କରାଇଥିବା ବେଳେ ଭରଚୁଆଲ ମାଧ୍ୟମରେ ଯୋଗଦେଇ ବିଭାଗୀୟ କମିଶନର ତଥା ଶାସନ ସଚିବ ଆର. ଭିନୀଲ କ୍ରିଷ୍ଣାଙ୍କ ସମେତ ନିର୍ଦେଶକ ସିଦ୍ଧାର୍ଥ ଦାସ ଏବଂ ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଶପଥ ପାଠ କରିଥିଲେ।

ଦୁର୍ନୀତି ରୂପକ ରାକ୍ଷସର ମୁଳୋତ୍ପାଟନ ନେଇ ସମସ୍ତେ ଏକତ୍ର ହୋଇ କାର୍ଯ୍ୟ କରିବା ସହିତ କାର୍ଯ୍ୟାଳୟରେ ସାଧୁତା ଓ ସତ୍ୟନିଷ୍ଠ ହୋଇ କାର୍ଯ୍ୟ କରିବାକୁ ସମସ୍ତେ ଶପଥ ନେଇଥିଲେ। ପ୍ରତ୍ୟେକ କ୍ଷେତ୍ରରେ ସଚ୍ଚୋଟତା ଅବଲମ୍ବନ, ଆଇନର ଶାସନକୁ ଅନୁପାଳନ ସହିତ ଉତ୍କୋଚ ନେବା ଓ ଦେବାକୁ ନିଜ ନିଜ ଜୀବନରେ ସାମିଲ ନକରିବା ଏବଂ ଦୁର୍ନୀତି ସମ୍ପର୍କରେ ଯେ କୌଣସି ଘଟଣା କର୍ତ୍ତୃପକ୍ଷଙ୍କ ନଜରକୁ ଆଣିବା ନେଇ ଅଧିକାରୀ ଓ କର୍ମଚାରୀମାନେ ଶପଥ ନେଇଥିଲେ। ଏହି ଶପଥ ପାଠ ଉତ୍ସବରେ ବିଭାଗ ଯୁଗ୍ମ ଶାସନ ସଚିବ ବିଜୟାନନ୍ଦ ନାୟକ, ଏଫଏ ତଥା ଯୁଗ୍ମ ଶାସନ ସଚିବ ଦିଲ୍ଲୀପ କୁମାର ଜେନା, ଏଏଫଏ ଗୀତା ଦାସ, ଓଏସଡି ସିଦ୍ଧାର୍ଥ ଶଙ୍କର ସାହୁ ଓ ସ୍ୱରୂପାନନ୍ଦ ସାହୁଙ୍କ ସମେତ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ସାଧୁତାର ଶପଥ ପାଠ କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories