www.samajalive.in
Monday, December 15, 2025
15.1 C
Bhubaneswar

ଉତ୍କଳ ବିଶ୍ୱବିଦ୍ୟାଳୟରେ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଏବଂ ଓଡ଼ିଶା ଉଚ୍ଚ ଶିକ୍ଷା ପରିଷଦର ପ୍ରୋତ୍ସାହନ ଓ ଆର୍ଥିକ ଅନୁଦାନରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଓଡ଼ିଶା  ରାଜ୍ୟସ୍ତରୀୟ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ୨୦୨୩-୨୪ ଉଦଘାଟିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ବାଣୀବିହାର ପରିସରରେ ମା’ ତାଳପଦେଶ୍ୱରୀ ମନ୍ଦିରରୁ ପୂଜାର୍ଚ୍ଚନା ପରେ ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡ଼ାଙ୍ଗନକୁ ମଶାଲ ଆଣିଥିଲେ । ଏହାପରେ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଆନ୍ତଃବିଶ୍ୱବିଦ୍ୟାଳୟ  ପ୍ରତିଯୋଗିତା ଆରମ୍ଭ ନେଇ ଘୋଷଣା କରିଥିଲେ ।

ଏହି ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ କହିଥିଲେ ଯେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚାଲୁଥିବା ଓଡ଼ିଶା ରାଜ୍ୟସ୍ତରୀୟ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ପ୍ରଶଂସନୀୟ ଉଦ୍ୟମ । ଏହା ଛାତ୍ରଛାତ୍ରୀମାନଙ୍କ ମନରେ ପ୍ରତିଯୋଗିତା ମନୋଭାବ ବୃଦ୍ଧି କରିବାରେ ସହାୟକ ହେବ । ସମ୍ମାନୀତ ଅତିଥି ଅଲମ୍ପିକ କ୍ରୀଡ଼ାବିତ ଅନୁରାଧା ବିଶ୍ୱାଳ କଠିନ ପରିଶ୍ରମ ଓ ଅଭ୍ୟାସ ଜାରି ରଖିଲେ ସଫଳତା ମିଳିପାରିବ ବୋଲି କହିଥିଲେ । ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ନବନୀତା ରଥ ସ୍ୱାଗତ ଭାଷଣ ଦେଇଥିବାବେଳେ କୁଳସଚିବ ଡ.କାହ୍ନୁଚରଣ ଧୀର ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପରିଷଦ ନିର୍ଦେଶକ ଡ.ବିଜୟ କୁମାର ସୁନ୍ଦରରାୟ ବିବରଣୀ ପାଠ କରିଥିଲେ ଏବଂ ଡ.କୀର୍ତ୍ତିରଞ୍ଜନ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରଥମ ଦିବସରେ ଜାଭଲିନ ଥ୍ରୋ ଏବଂ ସଟପୁଟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଫେବୃଆରୀ ୧୯ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ରାଜ୍ୟସ୍ତରୀୟ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ଉଭୟ ବାଣୀବିହାର ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡ଼ାଙ୍ଗନ ଓ କଳିଙ୍ଗ ଷ୍ଟାଡ଼ିୟମରେ ଅନୁଷ୍ଠିତ ହେବ । ବିଜେତା ପ୍ରତିଯୋଗୀଙ୍କୁ ଅର୍ଥରାଶୀ ସହ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯିବ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories