www.samajalive.in
Monday, December 8, 2025
20.1 C
Bhubaneswar

ପିପିଲିରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ପିପିଲି: ହକିର ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଅବସରରେ ପିପିଲି ସାଂସ୍କୃତିକ ପରିଷଦ ପକ୍ଷରୁ ସୋମବାର ପିପିଲିରେ ଜାତୀୟ କ୍ରୀଡ଼ା ଦିବସ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ସକାଳ ୭ଟାରେ ପିପିଲି ନୋଡାଲ ହାଇସ୍କୁଲ ଖେଳପଡ଼ିଆରୁ ଏକ ବିଶାଳ କ୍ରୀଡା ଶୋଭାଯାତ୍ରା ବାହାରି ପିପିଲି ବଜାର ପରିକ୍ରମା କରିଥିଲା। ଏହି ଶୋଭାଯାତ୍ରାକୁ ଲେଫ୍ଟନାଣ୍ଟ ଜେନେରାଲ ନାରାୟଣ ମହାନ୍ତି, ଅନ୍ତର୍ଜାତୀୟ ସ୍ୱର୍ଣ୍ଣପଦକ ବିଜୟିନୀ ଓଡ଼ିଆ ନୌକ୍ରୀଡାବିତ୍‍ ପ୍ରମୀଳା ପ୍ରଭା ମିଞ୍ଜ ଓ ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‍ ସରସ୍ୱତୀ ଚାନ୍ଦ ପ୍ରମୁଖ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ପିପିଲିର ବିଭିନ୍ନ ବିଦ୍ୟାଳୟର ୪ଶହରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କ ସମେତ ୩ଟି କ୍ରୀଡା ସଂଗଠନର କର୍ମକର୍ତ୍ତାମାନେ ଏଥିରେ ଯୋଗଦେଇଥିଲେ। ଜବାହର ବିଦ୍ୟାପୀଠଠାରେ ଶୋଭାଯାତ୍ରା ପହଞ୍ଚିବା ପରେ ସେଠାରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଲେଫ୍ଟନାଣ୍ଟ ଜେନେରାଲ ନାରାୟଣ ମହାନ୍ତି, ସାଂସ୍କୃତିକ ପରିଷଦର ମୁଖ୍ୟ ସଂପାଦକ ରମେଶ ଚନ୍ଦ୍ର ମହାପାତ୍ର, ଶିକ୍ଷାବିତ୍‍ ହେମନ୍ତ କୁମାର ପ୍ରଧାନ, ମୁଖ୍ୟ ସଂଯୋଜକ ଦୀନବନ୍ଧୁ ବେହୁରା ପ୍ରମୁଖ ଧ୍ୟାନଚାନ୍ଦଙ୍କ ସଂପର୍କରେ ଆଲୋକପାତ କରିବା ସହ ଜାତୀୟ କ୍ରୀଡ଼ା ଦିବସ ପାଳନର ଆଭିମୁଖ୍ୟ ସଂପର୍କରେ ପ୍ରକାଶ କରିଥିଲେ। ଏହି ଅବସରରେ ଆନ୍ତର୍ଜାତୀୟ ସ୍ୱର୍ଣ୍ଣପଦକ ବିଜୟିନୀ ଓଡ଼ିଆ ନୌକ୍ରୀଡାବିତ୍‍ ପ୍ରମୀଳା ପ୍ରଭା ମିଞ୍ଜ ଓ ଅନ୍ତର୍ଜାତୀୟ କ୍ରୀଡାବିତ୍‍ ସରସ୍ୱତୀ ଚାନ୍ଦଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉଭୟ କ୍ରୀଡ଼ାବିତ୍‍ ନିଜ ଜୀବନର ସଫଳତା ସଂପର୍କରେ ଆଲୋକପାତ କରିଥିଲେ। ରାଜ୍ୟରେ କ୍ରୀଡାର ମାନବୃଦ୍ଧି ପାଇଁ ପରିଷଦ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ପରିଷଦର ମୁଖ୍ୟ ସଂପାଦକ ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର କ୍ରୀଡା ଶିକ୍ଷକଙ୍କ ସମେତ ଅଞ୍ଚଳର ବହୁ କ୍ରୀଡାବିତ୍‍ ଯୋଗ ଦେଇଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories