www.samajalive.in
Wednesday, December 10, 2025
23.1 C
Bhubaneswar

କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଦିନିକିଆ ବ୍ରହ୍ମପୁର ଗସ୍ତ, ଟାମ୍ପରା ହ୍ରଦର ସମାଗ୍ରିକ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଆଜି ଦିନିକିଆ ବ୍ରହ୍ମପୁର ଗସ୍ତ କରିବା ସହ ଗଞ୍ଜାମ ଜିଲାର କ୍ରୀଡ଼ା ଭିତ୍ତିଭୂମି, ଷ୍ଟାଡିୟମ୍‌ ନିର୍ମାଣ ଏବଂ ଅନ୍ୟାନ୍ୟ ପ୍ରକଳ୍ପର ସମୀକ୍ଷା କରିଛନ୍ତି ।
ଆଜି ଅପରାହ୍ମରେ ମନ୍ତ୍ରୀ ଶ୍ରୀ ବେହେରା ବ୍ରହ୍ମପୁର ଗସ୍ତରେ ଯାଇ ପ୍ରଥମେ ଟାମ୍ପରା ହ୍ରଦ ଏବଂ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ୱାରା ନିର୍ମିତ ପର୍ଯ୍ୟଟନ କେନ୍ଦ୍ର ବୁଲି ଦେଖିଥିଲେ । ଏଥିରେ ଜଳକ୍ରୀଡ଼ାର ସମ୍ଭାବନା ନେଇ ମନ୍ତ୍ରୀ ଶ୍ରୀ ବେହେରା ସ୍ଥାନୀୟ ଛତ୍ରପୁର ବିଧାୟକ ସୁବାଶ ଚନ୍ଦ୍ର ବେହେରା ଏବଂ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ସହ ଆଲୋଚନା କରିଥିଲେ। ଏହାପରେ ବ୍ରହ୍ମପୁରଠାରେ ନିର୍ମିତ ଇଣ୍ଟିଗ୍ରେଟେଡ୍‌ ସ୍ପୋର୍ଟ୍ସ କମ୍ପ୍ଲେକ୍ସେ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। ଏଥି ସହିତ ନିର୍ମାଣ କାର୍ଯ୍ୟର ବିଳମ୍ବ ନେଇ କ୍ରୀଡ଼ାବିତ୍‌ ଓ ସ୍ଥାନୀୟ ଜନସାଧାରଣଙ୍କ ଅଭିଯୋଗକୁ ଆଧାର କରି ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବା ନେଇ ବ୍ରହ୍ମପୁର ବିଧାୟକ  ବିକ୍ରମ କୁମାର ପଣ୍ଡା, ଗଞ୍ଜାମ ଉପଜିଲାପାଳ, ବିଏମ୍‌ସି କମିଶନର, ଜିଲା କ୍ରୀଡ଼ା ଅଧିକାରୀଙ୍କ ସହ ଆଲୋଚନା କରି ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ କାର୍ଯ୍ୟଭାର ନେଇଥିବା ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ।
ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା ବିଏମ୍‌ସି ଦ୍ୱାରା ନିର୍ମିତ ହେଉଥିବା ଇନ୍‌ଡୋର ହଲ୍‌ ବୁଲି ଦେଖିଥିଲେ। ଏହାପରେ ୟୁସି ଇଂଜିନିୟରିଂ କଲେଜ ଏବଂ ବ୍ରହ୍ମପୁର ଆଇଟିଆଇରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ସ୍ଥାନୀୟ ବିଧାୟକ ଓ ପ୍ରଶାସନ ସହ ଆଲୋଚନା କରିଥିଲେ । ବ୍ରହ୍ମପୁର ଆଇଟିଆଇ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଥିଲେ । ଶେଷରେ ମନ୍ତ୍ରୀ ଶ୍ରୀ ବେହେରା ବିଜୁ ପି୍ରମିୟମ୍‌ ଲିଗ୍‌ ଫୁଟବଲ୍‌ ଟୁର୍ଣ୍ଣମେଣ୍ଟର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇ କ୍ରୀଡ଼ାବିତ୍‌ମାନଙ୍କୁ ଉତ୍ସାହିତ କରିଥିଲେ ।

Hot this week

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

Related Articles

Popular Categories