www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରାବଣ ଶେଷ ସୋମବାର : ଜଳ ଲାଗି ପାଇଁ ସବୁ ଶିବ ମନ୍ଦିରରେ କାଉଡିଆଙ୍କ ଭିଡ

ଭୁବନେଶ୍ଵର: ଆଜି ଶ୍ରାବଣ ମାସର ଶେଷ ସୋମବାର।  ଜଳ ଲାଗି ପାଇଁ ରାଜ୍ୟର ସବୁ ଶିବ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି।  ମନସ୍କାମନା ପୂରଣ ଆଶାରେ ଲମ୍ବା ଧାଡିରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳ ଲାଗି କରୁଛନ୍ତି କାଉଡିଆ।  ବୋଲ ବମ୍ ହର ହର ବମ୍ ଧ୍ବନୀରେ ପ୍ରକମ୍ପିତ ହେଉଛି ପୁରା ପରିବେଶ । ଭୁବନେଶ୍ଵରର ପ୍ରଭୁ ଲିଙ୍ଗରାଜ, ଆଠଗଡର ବାବା ଧବଳେଶ୍ଵର ଏବଂ ଆରଡିର ଆଖଣ୍ଡଳମଣିଙ୍କ ପୀଠରେ ଭକ୍ତଙ୍କର ପ୍ରବଳ ଗହଳି ଲାଗିଛି। ତେବେ ଆଜି ଶେଷ ସୋମବାର ଓ ପୂର୍ଣ୍ଣିମା ପଡିଥିବାରୁ ସ୍ୱତନ୍ତ୍ର ମହାକାଳ ବେଶରେ ବାବା ଧବଳେଶ୍ୱର ଦର୍ଶନ ଦେଉଛନ୍ତି। ରାତି ଚାରିଟାରେ ମନ୍ଦିର ଦ୍ଵାର ଫିଟାଯାଇ ସମସ୍ତ ରୀତିନୀତି ସମାପନ କରାଯାଇଥିଲା । ଏହାପରେ ସର୍ବସାଧାରଣଙ୍କ ଦର୍ଶନ ସହିତ କାଉଡ଼ିଆମାନେ ଜଳଲାଗି କରିଥିଲେ । ସେପଟେ ଲକ୍ଷାଧିକ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories