www.samajalive.in
Friday, December 12, 2025
14.1 C
Bhubaneswar

ଶ୍ରାବଣର ଶେଷ ସୋମବାର , ଶୈବ ପୀଠରେ କାଉଡ଼ିଆଙ୍କ ଭିଡ଼

ଭୁବନେଶ୍ୱର : ଆଜି ଶ୍ରାବଣର ଶେଷ ସୋମବାର। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଶୈବପୀଠରେ ହଜାର ହଜାର ଭକ୍ତ ଓ କାଉଡ଼ିଆଙ୍କ ଭିଡ଼ ଦେଖିବାକୁ ମିଳିଛି। କାଉଡ଼ିଆମାନେ ପ୍ରଭୁ ଶିବଶଙ୍କରଙ୍କ ନିକଟରେ ଜଳଲାଗି କରୁଛନ୍ତି। ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଶୈବପୀଠ ଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି। ରାଜ୍ୟର ପ୍ରମୁଖ ଶୈବପୀଠ ପୁରୀର ଲୋକନାଥ, ଭୁବନେଶ୍ୱର ଲିଙ୍ଗରାଜ, ଆଠଗଡ଼ର ଧବଳେଶ୍ୱର, ଭଦ୍ରକର ଆରଡ଼ି ଓ ଢେଙ୍କାନାଳର କପିଳାସ ସହ ସମସ୍ତ ଶୈବ ପୀଠରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି।

Hot this week

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

Related Articles

Popular Categories