www.samajalive.in
Saturday, December 6, 2025
19.1 C
Bhubaneswar

ଶ୍ରାବଣ ପ୍ରଥମ ସୋମବାର: ଜଳାଭିଷେକ ପାଇଁ ଋଷିକୁଲ୍ୟା ନଦୀ ଘାଟରେ କାଉଡ଼ିଆଙ୍କ ଭିଡ଼

ଗଞ୍ଜାମ : ଆଜି ଶ୍ରାବଣ ମାସର ପ୍ରଥମ ସୋମବାର ।  ଏହି ଅବସରରେ ଗଞ୍ଜାମ ସହର ନିକଟସ୍ଥ ଦାମୋଦରପୁର ପୁଣ୍ୟତୋୟା ଋଷିକୁଲ୍ୟା ନଦୀଘାଟ ରେ ହଜାର ହଜାର ସଂଖ୍ୟାରେ ବୋଲବମ ଭକ୍ତ ମାନଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି।  ମାନସିକ ଧାରୀ ମାନେ ନୂତନ ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ନଦୀ ଜଳ ସଂଗ୍ରହ କରି ବାଲୁକା ରାଶିରେ ଶିବଲିଙ୍ଗ ସ୍ଥାପନ କରିବା ସହ ପରମ୍ପାରିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିବା ପରେ ନିକଟସ୍ଥ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଥିଲେ । ପରେ ବାହୁଙ୍ଗି ସାହାଯ୍ୟରେ ଜଳ ପାତ୍ର କାନ୍ଧ ରେ ଧାରଣ କରି ବିଭିନ୍ନ ଶୈବପୀଠ ଅଭିମୁଖେ ପ୍ରସ୍ଥାନ କରିଥିଲେ। ବାବା ଆଖଣ୍ଡଳମଣି ବୋଲବମ ପରିଚାଳନା କମିଟି ପକ୍ଷରୁ ଭକ୍ତ ମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories