ଡେସ୍କ: ଧାବିକା ଶ୍ରାବଣୀ ନନ୍ଦଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ୯ଲକ୍ଷ ୪୦ ହଜାର ଟଙ୍କାର ଅର୍ଥରାଶି ପୁରସ୍କାର ପ୍ରଦାନ କରାଯାଇଛି। ଗୋଆରେ ଆୟୋଜିତ ୩୭ ତମ ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ପ୍ରଦର୍ଶନ ଲାଗି ଏହି ପୁରସ୍କାର ପ୍ରଦାନ କରାଯାଇଛି। ଗତକାଲି କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ଉତ୍ସବରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଶ୍ରାବଣୀଙ୍କୁ ଅର୍ଥ ରାଶି ସହ ରୂପା ତାରକସି ଫଳକ, ଉତ୍ତରୀୟ ଏବଂ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ଶ୍ରାବଣୀ ଜାତୀୟ କ୍ରୀଡ଼ାରେ ୨୦୦ ମିଟରରେ ସ୍ବର୍ଣ୍ଣ ଓ ୧୦୦ ମିଟରରେ ରୌପ୍ୟ ପଦକ ହାସଲ କରିଥିଲେ।
ଏହି ଅବସରରେ ମନ୍ତ୍ରୀ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି, ଶ୍ରାବଣୀ ନନ୍ଦ ନିଷ୍ଠା ଓ କଠିନ ପରିଶ୍ରମ ବଳରେ ସେ କେବଳ ନିଜ ପାଇଁ ପଦକ ଅର୍ଜନ କରି ନାହାନ୍ତି ବରଂ ସାରା ଓଡ଼ିଶାକୁ ଗର୍ବିତ କରିଛନ୍ତି। ଶ୍ରାବଣୀ ନନ୍ଦ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓ କ୍ରୀଡ଼ା ବିଭାଗକୁ ଧନ୍ୟବାଦ ଜଣାଇଛନ୍ତି।



