www.samajalive.in
Monday, December 15, 2025
16.1 C
Bhubaneswar

ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଦିବସ ପାଳିତ

ଭୁବନେଶ୍ୱର : ଆଜି ସ୍ଥାନୀୟ ଜୟଦେବ ଭବନଠାରେ ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଉପନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ଲୋକସମ୍ପର୍କ ଅଧିକାରୀ ପଠାଣି ରାଉତ ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ବିଜୁବାବୁଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ ‘କଳିଙ୍ଗ ଭାରତୀ ଲୋକନୃତ୍ୟ ଏବଂ ସଂଗୀତ ଗବେଷଣା କେନ୍ଦ୍ର’ର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଗୁରୁ ବିଜୟ କୁମାର ଜେନା, ହରପ୍ରିୟା ସ୍ୱାଇଁ, ସୁଶାନ୍ତ ପଣ୍ଡା, ରଶ୍ମିତା ଦାଶ, ଅନିରୁଦ୍ଧ ପାଣି, ବସୁନ୍ଧରା ପରିଡ଼ା ଏବଂ ଦିବ୍ୟ ଶଙ୍କର ପାଲ ଭକ୍ତି ସଂଗୀତ ପରିବେଷଣ କରିଥିଲେ । ଏହି ଅବସରରେ କଣ୍ଠଶିଳ୍ପୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ବିଜୁବାବୁ ଦୀର୍ଘ ୬ ଦଶନ୍ଧି ଧରି ଓଡ଼ିଶାର ରାଜନୀତି, ଅର୍ଥନୀତି, ସାଂସ୍କୃତିକ ଜାଗରଣ ସହିତ ଓତପ୍ରୋତ ଭାବେ ଜଡିତ ଥିଲେ । ଜୀବିତାବସ୍ଥାରେ ସେ ଥିଲେ ଯେତିକି ଚର୍ଚ୍ଚିତ, ଆଜି ଅବର୍ତ୍ତମାନରେ ମଧ୍ୟ ତାଙ୍କ କୃତି ଓ କୃତିତ୍ୱ ପାଇଁ ସେତିକି ପରିମାଣରେ ଆଜିର ପିଢି ପାଖରେ ପ୍ରେରଣାର ସ୍ରୋତ ହୋଇ ରହିଛନ୍ତି ।

- Advertisement -

ଆଜି ସକାଳେ ବିଧାନସଭା ପରିସରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଏହି ଅବସରରେ ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ମୁଖ୍ୟ ସଚେତକ ସରୋଜ ପ୍ରଧାନ, ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ, ଶ୍ରୀମତୀ ପ୍ରମିଳା ମଲ୍ଲିକ, ପ୍ରତାପ ଦେବ, ବିଧାୟକ ବାବୁ ସିଂ, ଉତ୍କଳ ସମ୍ମିଳନୀର ସଦସ୍ୟବୃନ୍ଦ, ବିଧାନସଭାର ସଚିବ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories